ପବିତ୍ର ତୃତୀୟ ଶ୍ରୀକ୍ଷେତ୍ର ରଥଯାତ୍ରାକୁ ଚଳିତ ବର୍ଷ ଅଧିକ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ଆୟୋଜନ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ ନୀଳଗିରି ବ୍ଲକ ସମ୍ମିଳନୀ କକ୍ଷରେ ନୀଳଗିରି ଉପ-ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ, ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିଥିଲେ।
ରଥ ନିର୍ମାଣ କାର୍ଯ୍ୟ ଆସନ୍ତା ଜୁଲାଇ ୧୦ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରାଯିବ ବୋଲି ମୁଖ୍ୟ ମହାରଣା ସୂଚନା ଦେଇଥିଲେ। ବୈଠକରେ ରଥଯାତ୍ରା ସମୟରେ ଖାଦ୍ୟ, ପାନୀୟ ଜଳ, ସ୍ୱାସ୍ଥ୍ୟ ସେବା, ଯାତାୟାତ ବ୍ୟବସ୍ଥା ଏବଂ ରଥ ଟଣା କାର୍ଯ୍ୟକୁ ସୁଚାରୁ ଭାବେ ପରିଚାଳନା କରିବା ନେଇ ଆଲୋଚନା କରାଯାଇଥିଲା।
ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ କହିଛନ୍ତି ଯେ, ରଥଯାତ୍ରା ସମୟରେ ଚୋରି ଭଳି ଅପରାଧ ରୋକିବା ସହ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ତାଙ୍କ ନିଜସ୍ୱ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ବ୍ୟୟରେ ଏଆଇ କ୍ୟାମେରା ସ୍ଥାପନ କରାଯିବ।
ସେହିପରି, ଚଳିତ ବର୍ଷ ପ୍ରଥମ ଥର ପାଇଁ ବାଲେଶ୍ୱର ସହରରୁ ନୀଳଗିରି ପର୍ଯ୍ୟନ୍ତ ସ୍ୱତନ୍ତ୍ର OSRTC ବସ୍ ସେବା ଚାଲୁ କରାଯିବ। ଏହା ଦ୍ୱାରା ହଜାର ହଜାର ଶ୍ରଦ୍ଧାଳୁ ସହଜରେ ରଥଯାତ୍ରା ଦର୍ଶନ ପାଇଁ ନୀଳଗିରି ଆସିପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି।
ପ୍ରଶାସନ ଆଶା କରୁଛି ଯେ, ଏହି ବର୍ଷର ରଥଯାତ୍ରା ଅଧିକ ସୁରକ୍ଷିତ, ସୁବ୍ୟବସ୍ଥିତ ଓ ଭକ୍ତମାନଙ୍କ ପାଇଁ ସୁବିଧାଜନକ ହେବ।
ପ୍ରଥମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ଚାଲିଥିବା ବିବାଦ ମଧ୍ୟ...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...
କେରଳର କୋଚିରେ ଜଣେ କଲେଜ ଛାତ୍ରଙ୍କ ବିରୋଧରେ ଶିକ୍ଷକ ଓ ସହ...
କୋରାପୁଟସ୍ଥିତ କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟ (CUO)ର...
ମଙ୍ଗଳବାର ସନ୍ଧ୍ୟାରେ ମୁମ୍ବାଇ-ଅହମଦାବାଦବନ୍ଦେ ଭାରତ ଏକ୍ସ...
ଆମେରିକାର Federal Bureau of Investigation (FBI) ମଞ୍...
ମେଷ:ଏହି ସପ୍ତାହରେ କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିପାରେ।...
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...
ଦିଲ୍ଲୀରେ ବଢୁଥିବା ସାଇବର ଅପରାଧ ଓ ଟେକ୍ନୋଲୋଜି ଆଧାରିତ ଧ...
ନୂଆଦିଲ୍ଲୀ:NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲାରେ କେନ...
ସରକାରୀ ଚାକିରିର ସ୍ଥିରତା ଛାଡ଼ି ନିଜ ପିଲାଦିନର ସ୍ୱପ୍ନ ପ...