ଦେଶରେ ପୁଣିଥରେ କରୋନା ସଂକ୍ରମଣକୁ ନେଇ ସତର୍କତା ବଢ଼ିଛି। ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ସହ ଆଉ ୪ଟି ନୂଆ ସକ୍ରିୟ ମାମଲା ଚିହ୍ନଟ ହୋଇଛି।
ସୂଚନା ଅନୁଯାୟୀ, କଡପ୍ପା ଜିଲ୍ଲାର ଜଣେ ୪୬ ବର୍ଷୀୟ ବ୍ୟକ୍ତି କରୋନା ସଂକ୍ରମଣରେ ପ୍ରାଣ ହରାଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ତାମିଲନାଡୁର ଭେଲ୍ଲୋରସ୍ଥିତ ସିଏମ୍ସି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କୋଭିଡ୍ ପରୀକ୍ଷାରେ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ ଏବଂ ଚାରି ଦିନ ଧରି ଚିକିତ୍ସାଧୀନ ରହିବା ପରେ ତାଙ୍କର ମୃତ୍ୟୁ ଘଟିଥିଲା।
ହସ୍ପିଟାଲ କର୍ତ୍ତୃପକ୍ଷଙ୍କ କହିବା ଅନୁଯାୟୀ, ସଂକ୍ରମିତ ବ୍ୟକ୍ତିଙ୍କ ଫୁସଫୁସ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା ଏବଂ ସେ ନିମୋନିଆରେ ମଧ୍ୟ ପୀଡ଼ିତ ଥିଲେ। ତାଙ୍କୁ କଣ୍ଟେନମେଣ୍ଟ ବ୍ୟବସ୍ଥାରେ ରଖାଯାଇଥିଲା। ବର୍ତ୍ତମାନ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରାଯାଉଥିବା ବେଳେ ସମ୍ପୃକ୍ତ ଅଞ୍ଚଳକୁ ସାନିଟାଇଜ୍ କରାଯାଇଛି।
ଏହାସହ କଡପ୍ପା ଓ ତିରୁପତି ଜିଲ୍ଲାରେ ଆଉ ୪ ଜଣ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟର ମେଡିକାଲ ଏଜୁକେସନ ନିର୍ଦ୍ଦେଶକ ସମସ୍ତ ସରକାରୀ ହସ୍ପିଟାଲକୁ ଆଇସୋଲେସନ ବେଡ୍, ଆଇସିୟୁ ବେଡ୍, ଅକ୍ସିଜେନ, ଭେଣ୍ଟିଲେଟର, ଔଷଧ, ରାପିଡ୍ ଟେଷ୍ଟ କିଟ୍, ଆମ୍ବୁଲାନ୍ସ ଓ ମେଡିକାଲ କର୍ମଚାରୀଙ୍କ ଉପଲବ୍ଧତା ସମ୍ବନ୍ଧୀୟ ରିପୋର୍ଟ ମାଗିଛନ୍ତି।
ସରକାରୀ ତଥ୍ୟ ଅନୁସାରେ, ୨୦୨୨ ଶେଷ ସୁଦ୍ଧା ଭାରତରେ ପ୍ରାୟ ୫.୩ ଲକ୍ଷ ଲୋକଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ତେବେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ଆକଳନ ଅନୁସାରେ ପ୍ରକୃତ ସଂଖ୍ୟା ଏହାଠାରୁ ଅଧିକ ହୋଇପାରେ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକମାନଙ୍କୁ ଅଯଥା ଭୟଭୀତ ନହୋଇ ସତର୍କତା ଅବଲମ୍ବନ କରିବା, ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରାଇବା ଏବଂ ଆବଶ୍ୟକ ସ୍ୱାସ୍ଥ୍ୟବିଧି ପାଳନ କରିବାକୁ ପରାମର୍ଶ ଦିଆଯାଇଛି।
ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଏବେ ଦଳର ଚୟନ କମିଟି ଏ...
ଭାରତୀୟ ସିନେମାରେ ମହିଳାଙ୍କୁ କିପରି ଉପସ୍ଥାପନ କରାଯାଉଛି,...
ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳିଏସ୍. ବଦ୍ରିନାଥଭ...
ପ୍ୟାରିସରେପ୍ରିୟଙ୍କା ଚୋପ୍ରା ଓ ଜେନିଫର ଲରେନ୍ସଙ୍କ ଏକ ମଜ...
ସୁନ୍ଦରଗଡ଼ ଜିଲ୍ଲା ବଣାଇରେ ଶନିବାର ସକାଳେ ପାଣିପାଗର ଏକ ଅ...
ରକିଂ ଷ୍ଟାର୍ ୟଶଙ୍କ ଅଭିନୀତ‘Toxic: A Fairy Tale...
ନ୍ୟୁୟର୍କ: ୟୁଏସ୍‌ ଓପନ୍‌ରେ ଭାରତୀୟ ଟେନିସ୍&z...
ନ୍ୟୁୟର୍କ: US Open 2026 ଦ୍ୱିତୀୟ ସପ୍ତାହରେ ପହଞ୍ଚିଛି।...
‘ବିଗ୍ ବସ୍ ୨୦’ର ଗ୍ରାଣ୍ଡ ପ୍ରିମିୟର ଶୁଟିଂ...