Police investigate the brutal murder of a man allegedly hacked to death in Baluakata Talasahi village of Angul district.

ଅନୁଗୁଳରେ ବୀଭତ୍ସ ହତ୍ୟାକାଣ୍ଡ: ଗାଁ ମଝିରେ ଯୁବକଙ୍କୁ ହାଣି ହତ୍ୟା, ପୂର୍ବ ଶତ୍ରୁତା ସନ୍ଦେହ

ଅନୁଗୁଳ ଜିଲ୍ଲାର ବାଲୁକାଟା ତାଳସାହି ଗାଁରେ ଜଣେ ଯୁବକଙ୍କୁ ୪ରୁ ୫ ଜଣ ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ଅଞ୍ଚଳରେ ଆତଙ୍କ ଖେଳିଯାଇଥିବାବେଳେ ପୂର୍ବ ଶତ୍ରୁତା ଏହାର କାରଣ ହୋଇଥିବା ସନ୍ଦେହ କରାଯାଉଛି।

ଅନୁଗୁଳ ଜିଲ୍ଲାର ବାଲୁକାଟା ତାଳସାହି ଗାଁରେ ଘଟିଥିବା ଏକ ବୀଭତ୍ସ ହତ୍ୟାକାଣ୍ଡ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶନିବାର ରାତିରେ ଗାଁ ମଝିରେ ଜଣେ ବ୍ୟକ୍ତିଙ୍କୁ ୪ରୁ ୫ ଜଣ ଯୁବକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ମୃତକଙ୍କ ପରିଚୟ ବନ୍ଧ ଉପରସାହି ଗାଁର ବାସିନ୍ଦାହେମନ୍ତ ବେହେରାଭାବେ ହୋଇଛି।

ପ୍ରାଥମିକ ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତିରେ ହେମନ୍ତ ତାଳସାହି ଗାଁର ଏକ ଦୋକାନକୁ ଯାଇଥିବାବେଳେ ୪ରୁ ୫ ଜଣ ଯୁବକ ତାଙ୍କ ଉପରେ ହଠାତ୍ ଆକ୍ରମଣ କରିଥିଲେ। ଧାରୁଆ ଅସ୍ତ୍ରରେ ବାରମ୍ବାର ଆକ୍ରମଣ ଯୋଗୁଁ ସେ ଗୁରୁତର ଆହତ ହୋଇଥିଲେ ଏବଂ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଗାଁର ମଝିରେ ଏଭଳି ନିର୍ମମ ହତ୍ୟାକାଣ୍ଡ ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଉତ୍ତେଜନାର ପରିବେଶ ସୃଷ୍ଟି ହୋଇଛି। ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ଭିଡ଼ ଜମାଇଥିଲେ।

ମୃତକଙ୍କ ପୁତୁରା ଅଭିଯୋଗ କରିଛନ୍ତି ଯେ, ଦୀର୍ଘଦିନର ବ୍ୟକ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଛି। ସେ ଶ୍ରାଧାପୁର ଗାଁରସିଲୁ ବେହେରାଙ୍କ ନାମ ଉଲ୍ଲେଖ କରି ହତ୍ୟାରେ ସମ୍ପୃକ୍ତ ଥିବା ଅଭିଯୋଗ କରିଛନ୍ତି। ତେବେ ପୋଲିସ ଏହି ଅଭିଯୋଗର ସତ୍ୟତା ଯାଞ୍ଚ କରୁଛି।

ହେମନ୍ତଙ୍କ ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡ଼ିଥିବାବେଳେ ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଏପଟେ ସଦର ଥାନା ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି। ଆକ୍ରମଣରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ସହ ପୂର୍ବ ଶତ୍ରୁତାକୁ ହତ୍ୟାର ସମ୍ଭାବ୍ୟ କାରଣ ଭାବେ ମଧ୍ୟ ଖତିଆନ କରୁଛି।

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+