Chief Minister Mohan Majhi reviews Bahuda Yatra preparations and appeals devotees to follow official guidelines.

ବାହୁଡ଼ା ଯାତ୍ରା ପାଇଁ ସରକାର ସତର୍କ; ଗାଇଡ୍‌ଲାଇନ୍ ମାନିବାକୁ ଶ୍ରଦ୍ଧାଳୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବାହୁଡ଼ା ଯାତ୍ରାର ସୁରୁଖୁରୁ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ହୋଇଛି। ଭିଡ଼ ପରିଚାଳନା, ସିସିଟିଭି ନଜରଦାରି ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ପ୍ରଶାସନର ଗାଇଡ୍‌ଲାଇନ୍ ପାଳନ କରିବାକୁ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରାଯାଇଛି।

ଆସନ୍ତାବାହୁଡ଼ା ଯାତ୍ରାର ସୁରୁଖୁରୁ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବାହୁଡ଼ା ଯାତ୍ରାର ସମସ୍ତ ପ୍ରସ୍ତୁତି, ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ପରିଚାଳନା ନେଇ ବିସ୍ତୃତ ଆଲୋଚନା କରାଯାଇଛି।

ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁଭିଡ଼ ପରିଚାଳନା, ସୂଚନା ସଞ୍ଚାର ଓ ତ୍ୱରିତ ପ୍ରତିକ୍ରିୟା ବ୍ୟବସ୍ଥାଉପରେ ଅଧିକ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି। ସେହିପରି ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୁଲିସ୍ର ଜାରି କରାଯାଇଥିବା ଗାଇଡ୍ଲାଇନ୍କୁ ନିଶ୍ଚିତ ଭାବେ ପାଳନ କରିବାକୁ ନିବେଦନ କରିଛନ୍ତି।

ପହଣ୍ଡି, ରଥଟଣା, ଦକ୍ଷିଣ ମୋଡ଼ ଓ ଆଡ଼ପ ମଣ୍ଡପ ଦର୍ଶନ ସମୟରେ ବରିଷ୍ଠ ଅଧିକାରୀମାନେ ସ୍ଥଳରେ ଉପସ୍ଥିତ ରହି ନିୟମିତ ତଦାରଖ କରୁଥିବା ସୂଚନା ଦିଆଯାଇଛି।

ମୁଖ୍ୟମନ୍ତ୍ରୀକ୍ରାଉଡ୍ ଡେନସିଟି ମନିଟରିଂ ସିଷ୍ଟମ୍ବ୍ୟବହାର କରି ଭିଡ଼ର ସ୍ଥିତି ଉପରେ ନିରନ୍ତର ନଜର ରଖିବାକୁ କହିଛନ୍ତି। ସିସିଟିଭିରୁ ମିଳୁଥିବା ସୂଚନାକୁଇଣ୍ଟିଗ୍ରେଟେଡ୍ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ୍ ସେଣ୍ଟରମାଧ୍ୟମରେ ତୁରନ୍ତ ସମ୍ପୃକ୍ତ ସ୍ଥାନକୁ ପହଞ୍ଚାଇଲେ ସମ୍ଭାବ୍ୟ ସମସ୍ୟାର ତୁରନ୍ତ ସମାଧାନ ସମ୍ଭବ ବୋଲି ସେ ମତ ପ୍ରକାଶ କରିଛନ୍ତି।

ରଥଯାତ୍ରାରେ ଅଣନିଶ୍ୱାସୀ ହୋଇ ଦୁଇଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ବୈଠକରେଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,ପୁଲିସ୍ ମହାନିର୍ଦ୍ଦେଶକ,ଅଗ୍ନିଶମ ସେବା ମହାନିର୍ଦ୍ଦେଶକ,ପୁଲିସ୍ ମଡର୍ଣ୍ଣାଇଜେସନ୍ର ଅତିରିକ୍ତ ମହାନିର୍ଦ୍ଦେଶକ, ଆଇନ ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ବାହୁଡ଼ା ଯାତ୍ରାର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ।

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+