ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବରେ ଓଡ଼ିଶାରେ ଆଗାମୀ ଦୁଇ ଦିନ ଧରି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି। ଏହାର ପ୍ରଭାବ ବାହୁଡା ଯାତ୍ରାରେ ମଧ୍ୟ ପଡ଼ିପାରେ। ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ ଯେପରି ପାଗ ପରିସ୍ଥିତି ଦେଖାଯାଇଥିଲା, ବାହୁଡା ଯାତ୍ରା ସମୟରେ ମଧ୍ୟ ସେଭଳି ପାଗ ରହିବାର ସମ୍ଭାବନା ରହିଛି।
ମଙ୍ଗଳବାର ରାଜ୍ୟର ୨୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଉତ୍ତର ଓ ଉପକୂଳ ଓଡ଼ିଶାରେ ମଙ୍ଗଳବାର ଓ ବୁଧବାର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ।
ପାଣିପାଗ ବିଭାଗର ଭୁବନେଶ୍ୱର କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ, ଆଗାମୀ ସାତ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
ଉପକୂଳ ଜିଲ୍ଲାଗୁଡ଼ିକରେ ବର୍ଷା ସହ ବଜ୍ରପାତ ଓ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଦମକା ପବନ ବହିପାରେ। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ପଶ୍ଚିମବଙ୍ଗର ରେଜିନଗର ଉପନିର୍ବାଚନକୁ ନେଇ ଶନିବାର ମମତା ବ...
ଭାରତୀୟ ତେଲ ବଜାର ପାଇଁ ଆସିଛି ଏକ ବଡ଼ ଚ୍ୟାଲେଞ୍ଜ।Saudi...
ବଢ଼ୁଥିବା ଖାଦ୍ୟଦ୍ରବ୍ୟ ଦରକୁ ନେଇ କଂଗ୍ରେସ ନେତା ଜୟରାମ ର...
କେରଳରେ ମନ୍ତ୍ରୀଙ୍କ ସରକାରୀ ଯାତ୍ରା ପାଇଁ ବ୍ୟକ୍ତିଗତ Ran...
ଜାପାନର ନାଗୋୟାରେ ଆୟୋଜିତ ୨୦୨୬ ଏସିଆନ୍ ଗେମ୍ସକୁ ନେଇ ରାଜ...
ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର...
ଆମେରିକାର ପ୍ରମୁଖ କମ୍ପାନୀ Berkshire Hathawayରେ ନେତୃତ...
ୟୁକ୍ରେନ୍‌ରେ ଚାଲିଥିବା ଯୁଦ୍ଧ ଶେଷ ହେବା ପୂର୍ବରୁ ର...