କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଜିଲ୍ଲା ବିକାଶ ସମନ୍ୱୟ ଓ ନିରୀକ୍ଷଣ କମିଟି (DDCMC) ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ କେନ୍ଦ୍ରାପଡ଼ା ସାଂସଦ ବୈଯୟନ୍ତ ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଓ ଜନପ୍ରତିନିଧିମାନେ ଯୋଗଦେଇଥିଲେ।
ବୈଠକରେ କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣମୂଳକ ଯୋଜନା ଏବଂ ଜିଲ୍ଲାରେ ଚାଲୁଥିବା ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମୀକ୍ଷା କରାଯାଇଥିଲା। ବିଶେଷକରି ‘ବେଟି ବଚାଓ ବେଟି ପଢାଓ’ ଯୋଜନା, ସମନ୍ୱିତ ଶିଶୁ ବିକାଶ ସେବା (ICDS), ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ବିକାଶ ଓ ସୁଦୃଢ଼ୀକରଣ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ସାଂସଦ ବୈଜୟନ୍ତ ପଣ୍ଡା ଅଧିକାରୀମାନଙ୍କୁ ଏହି ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ତ୍ୱରାନ୍ୱିତ କରିବା ସହ ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡ଼ିକୁ ଶୀଘ୍ର ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହାଛଡ଼ା ଆଳି ଅଞ୍ଚଳର ମାନପୁର-ଗୋବିନ୍ଦପୁର ସଡ଼କ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରାଯାଇଥିଲା। ଶିକ୍ଷା, ସ୍ୱାସ୍ଥ୍ୟସେବା, ଜଳ ଜୀବନ ମିଶନ, ପାନୀୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାର ଉନ୍ନତି ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା।
ବୈଠକରେ ଜିଲ୍ଲାପାଳ, ଆଳି ବିଧାୟକ ପ୍ରତାପ ଦେବ, କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ବୈଠକ ପରେ ସାଂସଦ ବୈଜୟନ୍ତ ପଣ୍ଡା କହିଥିଲେ ଯେ, ଗତ ବୈଠକ ପରଠାରୁ ବିଭିନ୍ନ କ୍ଷେତ୍ରରେ ଭଲ କାର୍ଯ୍ୟ ହୋଇଛି। ଜନପ୍ରତିନିଧିମାନଙ୍କ ଦ୍ୱାରା ଉଠାଯାଇଥିବା ବିଭିନ୍ନ ଆବଶ୍ୟକତାକୁ ନୋଟ୍ କରାଯାଇଛି ଏବଂ ଆସନ୍ତା ତ୍ରୈମାସିକରେ ସେଗୁଡ଼ିକର କାର୍ଯ୍ୟାନ୍ୱୟନ କରାଯିବ।
ସେ ଆହୁରି କହିଥିଲେ ଯେ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମରେ ଓଡ଼ିଶା ଓ କେନ୍ଦ୍ରାପଡ଼ା ଜାତୀୟ ହାରଠାରୁ ଭଲ ପ୍ରଦର୍ଶନ କରିଛି। ଆଗାମୀ ଦିନରେ ନୂତନ ଅଙ୍ଗନୱାଡି କେନ୍ଦ୍ର ସ୍ଥାପନ ସହ ପୁରୁଣା କେନ୍ଦ୍ରଗୁଡ଼ିକର ନବୀକରଣ କରାଯିବ।
ଅନ୍ୟପକ୍ଷରେ ଆଳି ବିଧାୟକ ପ୍ରତାପ ଦେବ କହିଥିଲେ ଯେ ICDS ଯୋଜନା ଅଧୀନରେ ଫୋର୍ଟିଫାଇଡ୍ ଚାଉଳ ଯୋଗାଣ ପାଇଁ ବିଧାନସଭାରେ ଦାବି ଉଠାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଏପର୍ଯ୍ୟନ୍ତ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିନଥିବାରୁ ଏହା କାର୍ଯ୍ୟକରୀ ହୋଇପାରିନାହିଁ।
ଆଲାର୍ମ ବାଜିବା ପୂର୍ବରୁ ସ୍ୱାଭାବିକ ଭାବେ ଉଠିବା ଅନେକଙ୍କ...
ଭାରତରେ ଚିପ୍ସ, ମିଠା ପାନୀୟ ଓ ଅନ୍ୟାନ୍ୟ ପ୍ୟାକେଜ୍ଡ ଖାଦ୍...
ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...
ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଲର୍ଡ୍ସରେ ଚାଲିଥିବା ଟେଷ୍ଟକ...
ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...
ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...
‘୧୦୦%’ ଦାବିକୁ ନେଇ ITC Limited ଏବଂ ଭାରତ...
ଶିରୋମଣି ଅକାଳୀ ଦଳ (ପୁନର ସୁରଜିତ) ବିଜେପି ସହ ମେଣ୍ଟକୁ ନ...
ଆମେରିକା ଓ କାନାଡା ମଧ୍ୟରେ ବାଣିଜ୍ୟ ଚୁକ୍ତି ହେବା ନେଇ ଆଶ...
୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ, ପଞ୍ଜାବ...
ନୂଆଦିଲ୍ଲୀ:ଜନଗଣନା ୨୦୨୭ ପାଇଁ କେନ୍ଦ୍ର ସରକାର ପ୍ରଶ୍ନପତ୍...
ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...