ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଧୀନ କପାସୁଡ଼ା ଗାଁରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ରବିବାର ବିଳମ୍ବିତ ରାତିରେ ପରିବାର ଲୋକେ ଘରେ ଶୋଇଥିବା ସମୟରେ ଏହି ଅଘଟଣ ଘଟିଛି।
ସୂଚନା ଅନୁସାରେ, ପଡ଼ୋଶୀ ଘରର କାନ୍ଥ ସେମାନଙ୍କ ଘର ସହ ଲାଗି ରହିଥିଲା। ରାତିରେ ହଠାତ୍ ଏହି କାନ୍ଥ ଭୁଶୁଡ଼ି ପଡ଼ିବାରୁ ଘର ଭିତରେ ଶୋଇଥିବା ଜେଜେମା’ ଓ ତାଙ୍କ ନାତି ଭଙ୍ଗା କାନ୍ଥ ତଳେ ଚାପି ହୋଇଯାଇଥିଲେ। ଉଦ୍ଧାର କରାଯିବା ପରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଏହି ଘଟଣାରେ ମହିଳାଙ୍କ ନାତୁଣୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଭଙ୍ଗା କାନ୍ଥ ତଳୁ ଉଦ୍ଧାର କରି ତୁରନ୍ତ ହସ୍ପିଟାଲକୁ ନିଆଯାଇଛି। ତାଙ୍କ ଅଣ୍ଟାରେ ଆଘାତ ଲାଗିଥିବା ସୂଚନା ମିଳିଛି।
ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଘଟଣା ସମ୍ପର୍କରେ ଅଧିକ ବିବରଣୀ ଅପେକ୍ଷା କରାଯାଇଛି।
କନ୍ନଡ ଅଭିନେତା ଶିବ ରାଜକୁମାର ହିନ୍ଦୀକୁ ‘ଜାତୀୟ ଭ...
ମୁମ୍ବାଇ: ମହାରାଷ୍ଟ୍ରରେ ନବରାତ୍ରି ପୂର୍ବରୁ ଗର୍ବା ଓ ଡାଣ...
ଜୋସେ ମୋରିନିଓଙ୍କ ଚାମ୍ପିଅନ୍ସ ଲିଗ୍‌ ରିଟର୍ନ ପାଇଁ...
ମାତ୍ର୨୧ ବର୍ଷ ବୟସ, ଓଜନ ୪୫.୭ କେଜି। ଶରୀର ଗଠନ ସ୍ଲିମ୍,...
ଦୁଇ ଦଶନ୍ଧି ପୂର୍ବରୁ ଆରମ୍ଭ ହୋଇଥିବାBigg Bossଭାରତର ସବୁ...
ତାମିଲନାଡୁ ରାଜନୀତିରେ ସିନେମା ଓ ରାଜନୀତିର ସମ୍ପର୍କ ନୂଆ...
କନିଷ୍ଠ ଏସିଆ କପ୍‌ ହକି ପ୍ରତିଯୋଗିତାରେ ଭାରତୀୟ ଦଳ...
ଅଭିନେତ୍ରୀମାହି ବିଜଶେଷରେBigg Bossଘରେ ପ୍ରବେଶ କରିଛନ୍ତି...
‘Taali’ ସିରିଜ୍ରେ ଟ୍ରାନ୍ସଜେଣ୍ଡର ଆକ୍ଟିଭି...
ଅଷ୍ଟ୍ରେଲିଆର ଲୋକପ୍ରିୟ ଟି-୨୦ ଟୁର୍ଣ୍ଣାମେଣ୍ଟ ବିଗ୍ ବ୍ୟା...
ମନି ଲଣ୍ଡରିଂ ମାମଲାକୁ ନେଇ ତୃଣମୂଳ କଂଗ୍ରେସର ରାଜ୍ୟସଭା ସ...
ହଲିଉଡ୍ର ଲୋକପ୍ରିୟ ସାଇ-ଫାଇ ସିରିଜ୍ **‘Silo&rsqu...