ସୁନ୍ଦରଗଡ଼ ଜିଲ୍ଲାର ହେମଗିର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ସଡ଼କ ଦୁର୍ଘଟଣା। ଏମସିଏଲ (MCL) ବାଙ୍କିବାହଲ ପାର୍କିଂ ୟାର୍ଡରେ ଅଜଣା କୋଇଲା ବୋଝେଇ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
ମୃତକଙ୍କ ପରିଚୟ ଛତିଶଗଡ଼ ରାଜ୍ୟ ରାଏଗଡ଼ ଥାନା ଅଞ୍ଚଳର ଲେଲୁଙ୍ଗା ଗ୍ରାମର ବିଜୟ କୁମାର ଶବର ଭାବେ ହୋଇଛି। ସୂଚନା ଅନୁଯାୟୀ, ଗତକାଲି ସକାଳ ସମୟରେ ସେ ପାର୍କିଂ ଅଞ୍ଚଳରେ ବୁଲାବୁଲି କରୁଥିବା ଦେଖାଯାଇଥିଲେ।
କିନ୍ତୁ ବିଳମ୍ବିତ ରାତିରେ ଏକ ଅଜଣା ଟ୍ରକ୍ ତାଙ୍କୁ ଧକ୍କା ଦେଇ ପଳାଇଯାଇଥିଲା। ଦୁର୍ଘଟଣା ପରେ ସେ ଗୁରୁତର ଆହତ ହୋଇ ପଡ଼ିଥିଲେ ମଧ୍ୟ, କାହାର ନଜର ପଡ଼ିନଥିବାରୁ ସମୟରେ ଚିକିତ୍ସା ମିଳିନଥିଲା। ଫଳରେ ସେଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।
ଘଟଣା ସମ୍ପର୍କରେ ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଓ ତାହାର ଚାଳକଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ୍ ତଦନ୍ତ ଜାରି ରଖିଛି।
ଏହି ଘଟଣା ପୁନର୍ବାର ପାର୍କିଂ ଯାର୍ଡ ଓ ଶିଳ୍ପ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶ୍ନରେ ରଖିଛି।
ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...
ସ୍ୱିଡେନ୍‌ର ମଧ୍ୟଭାଗରେ ଥିବା ଫାଗେର୍ଷ୍ଟା ସହରର ଏକ...
କାନାଡାର ଏଡମଣ୍ଟନ୍‌ସ୍ଥିତ ଏକ ଶିଖ୍ ଗୁରୁଦ୍ୱାରରେ ଭୋ...
ସରକାରୀ ଚାକିରିର ସ୍ଥିରତା ଛାଡ଼ି ନିଜ ପିଲାଦିନର ସ୍ୱପ୍ନ ପ...
ନୂଆଦିଲ୍ଲୀ:NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲାରେ କେନ...
ପ୍ରଥମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ଚାଲିଥିବା ବିବାଦ ମଧ୍ୟ...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
ଆଗ୍ରାରେ ତାମିଲନାଡୁ ଏକ୍ସପ୍ରେସ୍ର ଏକ ଅନରିଜର୍ଭ୍ଡ କୋଚ୍ରୁ...
ମେଷ:ଏହି ସପ୍ତାହରେ କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିପାରେ।...
କୋରାପୁଟସ୍ଥିତ କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟ (CUO)ର...
ମେଷ ଏହି ସପ୍ତାହରେ ମେଷ ରାଶିର ବ୍ୟକ୍ତିମାନେ କର୍ମକ୍ଷେ...
ଜିମ୍‌ରୁ ବାହାରିବା ପରେ ଚାରିଜଣ ସନ୍ଦିଗ୍ଧ ଆକ୍ରମଣକା...