ବରଗଡ଼ ଜିଲ୍ଲାର ଏକ ଘରୋଇ ହସ୍ପିଟାଲରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ତୀବ୍ର ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ପରିବାର ସଦସ୍ୟ ଚିକିତ୍ସା ଅବହେଳା ଅଭିଯୋଗ ଆଣିବା ସହ କ୍ଷତିପୂରଣ ଓ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ମୃତ ମହିଳା ହେଲେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ହାତିସର ଗାଁର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପତ୍ନୀ ସୃଷ୍ଟିପ୍ରଭା ପଧାନ। ତାଙ୍କ ମୃତ୍ୟୁ ପରେ ପରିବାର ଲୋକ ଓ ସ୍ଥାନୀୟ ବାସିନ୍ଦା ଗୋଶାଳା ଛକରେ ମୃତଦେହ ରଖି ରାସ୍ତାରୋକ କରିଥିଲେ।
ଏହି ଆନ୍ଦୋଳନ ଫଳରେ ଅଞ୍ଚଳରେ ଯାନବାହନ ଚଳାଚଳ ବ୍ୟାହତ ହୋଇଥିଲା ଏବଂ ଦୀର୍ଘ ସମୟ ଧରି ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଥିଲା। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଥିଲା।
ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ସୃଷ୍ଟିପ୍ରଭା ଗତ ମେ’ ୧୩ ତାରିଖରେ ଉକ୍ତ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ତାଙ୍କର ଏକ ଅସ୍ତ୍ରୋପଚାର ମଧ୍ୟ କରାଯାଇଥିଲା। କିନ୍ତୁ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା କ୍ରମଶଃ ଖରାପ ହେବାକୁ ଲାଗିଥିଲା ଏବଂ ଶେଷରେ ତାଙ୍କର ମୃତ୍ୟୁ ଘଟିଥିଲା।
ଏହାକୁ ଚିକିତ୍ସା ଅବହେଳାର ପରିଣାମ ବୋଲି ଦାବି କରି ପରିବାର ଲୋକେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ବିରୋଧରେ ତଦନ୍ତ ଓ କଠୋର ପଦକ୍ଷେପ ନେବାକୁ ଦାବି କରିଛନ୍ତି।
ଘଟଣା ପରେ ମୃତଦେହକୁ ହସ୍ପିଟାଲ ପରିସରକୁ ନିଆଯାଇଥିଲା, ଯେଉଁଠାରେ ପରିବାର ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନେ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଓ ଉପଯୁକ୍ତ କ୍ଷତିପୂରଣ ଦାବି କରିଥିଲେ।
ଖବର ଲେଖାଯିବା ସୁଦ୍ଧା ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନଥିଲା। ଅନ୍ୟପଟେ ପୋଲିସ ପରିସ୍ଥିତି ଉପରେ କଡ଼ା ନଜର ରଖିଥିବା ବେଳେ ଆନ୍ଦୋଳନକାରୀଙ୍କ ସହ ଆଲୋଚନା ଜାରି ରଖିଛି। ସ୍ଥିତି ସ୍ୱାଭାବିକ କରିବା ପାଇଁ ଉଦ୍ୟମ ଚାଲିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
ତେବେ ମହିଳାଙ୍କ ମୃତ୍ୟୁର ପ୍ରକୃତ କାରଣ ଓ ଚିକିତ୍ସା ଅବହେଳା ଅଭିଯୋଗର ସତ୍ୟତା ତଦନ୍ତ ପରେ ସ୍ପଷ୍ଟ ହେବ।
ଓଡ଼ିଶା କହିଲେ ମନକୁ ଆସେ ବାତ୍ୟା, ବନ୍ୟା ଓ କାଳବୈଶାଖୀର ଚ...
ସିଭିଲ୍‌ ସର୍ଭିସେସ୍‌ ପରୀକ୍ଷା ଦେଇ ପ୍ରଶାସନିକ...
ଦୁର୍ବଳ ହେଲା ବାତ୍ୟା ମୁରାସୁ, ଓଡ଼ିଶାରେ ଆହୁରି ୨ ଦିନ ବର...
ବୟସ ମାତ୍ର ୧୭ ବର୍ଷ। ହାତରେ ନଥିଲା କୌଣସି ବଡ଼ ୱାର୍କସପ୍&...
ବନ୍ୟାଜଳ ହଟିଯାଇଛି, ହେଲେ ଛାଡ଼ିଯାଇଛି ବିପର୍ଯ୍ୟୟର ଭୟଙ୍କ...
ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରୁ ଓଡ଼ିଶା ଏବେ...
ସରକାରୀ ଚାକିରି ପାଇଁ ଦୀର୍ଘଦିନ ଧରି ପ୍ରସ୍ତୁତି କରୁଥିବା...
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ସ...