ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର ମୁଖ୍ୟ ବଜାରରେ ବୁଧବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବଜାରର କଲେଜ ଛକ ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।
ପ୍ରାଥମିକ ସୂଚନା ଅନୁସାରେ, ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ଗୋଟିଏ ବୈଦ୍ୟୁତିକ ସାମଗ୍ରୀ ଦୋକାନ ସମେତ ଦୁଇଟି ଷ୍ଟିଲ୍ ରେଲିଂ ଦୋକାନ ପ୍ରଭାବିତ ହୋଇଛି। ନିଆଁରେ ଦୋକାନ ଭିତରେ ଥିବା ସାମଗ୍ରୀ ଓ ଅନ୍ୟାନ୍ୟ ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି।
ଘଟଣା ସମ୍ପର୍କରେ ଖବର ପାଇ ବାସୁଦେବପୁର ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ଦମକଳ ବାହିନୀର କର୍ମଚାରୀମାନେ ଦୀର୍ଘ ସମୟ ଧରି ଉଦ୍ୟମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ।
ତେବେ ନିଆଁ ଆୟତ୍ତ ହେବା ବେଳକୁ ୩ଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ପ୍ରାଥମିକ ଭାବେ ଜଣାପଡ଼ିଛି।
ଅଗ୍ନିକାଣ୍ଡର ପ୍ରକୃତ କାରଣ ଓ କ୍ଷୟକ୍ଷତିର ପରିମାଣ ସମ୍ପର୍କରେ ଅଧିକାରୀଙ୍କ ପକ୍ଷରୁ ରିପୋର୍ଟ ପ୍ରସ୍ତୁତ ପରେ ସ୍ପଷ୍ଟ ସୂଚନା ମିଳିବ। ଘଟଣାର ତଦନ୍ତ ଜାରି ରହିଛି।
ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...
ପାକିସ୍ତାନରେ ନୂଆ ପ୍ରଦେଶ ଗଠନ ଓ ପ୍ରଦେଶ ବିଭାଜନକୁ ନେଇ ର...
ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...
ବୁଲଗେରିଆର ଭବିଷ୍ୟଦ୍ରଷ୍ଟା ବାବା ଭେଙ୍ଗାଙ୍କ ନାମରେ ୨୦୨୭କ...
ଆମେରିକା ଓ ଚୀନ୍‌ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (A...
ବଲୁଚିସ୍ତାନରେ ପାକିସ୍ତାନୀ ସେନା ଓ ବଲୋଚ ବିଦ୍ରୋହୀଙ୍କ ମଧ...
ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...
ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...
ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...