ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ଲଗାତାର ବର୍ଷା ଯୋଗୁଁ ନିମ୍ନାଞ୍ଚଳରେ ପାଣି ଜମି ଲୋକଙ୍କ ଯାତାୟାତ ଓ ଦୈନନ୍ଦିନ ଜୀବନ ପ୍ରଭାବିତ ହୋଇଛି।
ପରିସ୍ଥିତିର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବ୍ୟାପକ ସତର୍କତାମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଏମ୍ସିର କମାଣ୍ଡ ଏଣ୍ଡ୍ କଣ୍ଟ୍ରୋଲ ସେଣ୍ଟରରୁ ସହରର ସ୍ଥିତି ଉପରେ ଲଗାତାର ଲାଇଭ୍ ମନିଟରିଂ କରାଯାଉଛି।
ଜଳବନ୍ଦୀ ସମସ୍ୟାର ତୁରନ୍ତ ସମାଧାନ ପାଇଁ ୭ଟି ରାପିଡ୍ ଆକ୍ସନ ଟିମ୍କୁ ୨୪ ଘଣ୍ଟା ସତର୍କ ଅବସ୍ଥାରେ ରଖାଯାଇଛି। ଏଥିସହ ସହରର ୧୭ଟି ସମ୍ବେଦନଶୀଳ ସ୍ଥାନରେ ପାଣି ନିଷ୍କାସନ ପାଇଁ ପମ୍ପସେଟ୍ ବ୍ୟବସ୍ଥା କରାଯାଇଛି।
ବିଏମ୍ସି ପକ୍ଷରୁ ନାଗରିକଙ୍କୁ ଅନୁରୋଧ କରାଯାଇଛି ଯେ, କୌଣସି ସ୍ଥାନରେ ଜଳବନ୍ଦୀ କିମ୍ବା ଅନ୍ୟ କୌଣସି ସମସ୍ୟା ଦେଖାଦେଲେ ତୁରନ୍ତ୧୯୨୯ହେଲ୍ପଲାଇନ୍ ନମ୍ବରରେ ଯୋଗାଯୋଗ କରନ୍ତୁ।
ବିଏମ୍ସିର ଅତିରିକ୍ତ କମିଶନର ଶୁଭେନ୍ଦୁ କୁମାର ସାହୁ ସହରବାସୀଙ୍କୁ ପାଣି ନିଷ୍କାସନ କାର୍ଯ୍ୟରେ ସହଯୋଗ କରିବା ସହ ପ୍ରଶାସନର ନିର୍ଦ୍ଦେଶ ପାଳନ କରିବାକୁ ଅନୁରୋଧ କରିଛନ୍ତି।
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳିଏସ୍. ବଦ୍ରିନାଥଭ...
ନ୍ୟୁୟର୍କ: ୟୁଏସ୍‌ ଓପନ୍‌ରେ ଭାରତୀୟ ଟେନିସ୍&z...
ନ୍ୟୁୟର୍କ: US Open 2026 ଦ୍ୱିତୀୟ ସପ୍ତାହରେ ପହଞ୍ଚିଛି।...
ନେପାଳର ଉତ୍ତର ଅଞ୍ଚଳରେ ଘଟିଥିବା ଭୟଙ୍କର ବନ୍ୟା ଓ ଭୂସ୍ଖଳ...
ହର୍ମୁଜ୍ ପ୍ରଣାଳୀକୁ ନେଇ ଆମେରିକା ଓ ଇରାନ ମଧ୍ୟରେ ତିକ୍ତତ...
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...
ନେପାଳରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର Bhotekoshi ବନ୍ୟା...
ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପଆମେରିକାର ରାଜ୍ୟନ୍ୟୁ...
ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଏବେ ଦଳର ଚୟନ କମିଟି ଏ...
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...