ପଶ୍ଚିମବଙ୍ଗର ରାଜନୀତିରେ ଏକ ବଡ଼ ଘଟଣାକ୍ରମ ସାମ୍ନାକୁ ଆସିଛି। ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ପୂର୍ବତନ ରାଜ୍ୟସଭା ସାଂସଦଙ୍କୁ ଭାରତୀୟ ଜନତା ପାର୍ଟି (BJP) ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।
ବିଜେପି ପକ୍ଷରୁସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ ପ୍ରକାଶ ଚିକ୍ ବାରାଇକଙ୍କୁ ରାଜ୍ୟସଭା ପାଇଁ ନାମାଙ୍କନ କରାଯାଇଛି। ତିନିଜଣ ନେତା ଗତକାଲି କୋଲକାତାରେ ବିଜେପିର ରାଜ୍ୟ ସଭାପତି ଶମୀକ ଭଟ୍ଟାଚାର୍ଯ୍ୟଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଥିଲେ।
ଆସନ୍ତା୨୪ ଜୁଲାଇରେ ରାଜ୍ୟସଭା ନିର୍ବାଚନହେବାକୁ ଥିବାବେଳେ ବିଜେପିର ଏହି ନିଷ୍ପତ୍ତି ପଶ୍ଚିମବଙ୍ଗ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି।
ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗର ରାଜନୈତିକ ସମୀକରଣରେ ବଡ଼ ପରିବର୍ତ୍ତନ ଦେଖାଦେଇଥିବାବେଳେ, ଟିଏମସିର ଅନେକ ବରିଷ୍ଠ ନେତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ତିନି ପୂର୍ବତନ ଟିଏମସି ସାଂସଦଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିବାକୁ ରାଜନୈତିକ ମହଲରେ ଏକ ବଡ଼ କୌଶଳିକ ପଦକ୍ଷେପ ଭାବେ ଦେଖାଯାଉଛି।
ଏହି ନିଷ୍ପତ୍ତି ପରେ ପଶ୍ଚିମବଙ୍ଗରେ ବିଜେପି ଓ ଟିଏମସି ମଧ୍ୟରେ ରାଜନୈତିକ ଲଢ଼େଇ ଆହୁରି ତୀବ୍ର ହେବାର ସମ୍ଭାବନା ରହିଛି।
ଗୁଜରାଟର ଜାମନଗରସ୍ଥିତ ଇଣ୍ଡିଆନ୍ ବ୍ୟାଙ୍କର ରଣଜିତସାଗର ରୋ...
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୁମ୍ବାଇ ଗସ୍ତ ପୂର୍ବର...
ଅଷ୍ଟ୍ରେଲିଆର ଲୋକପ୍ରିୟ ଟି-୨୦ ଟୁର୍ଣ୍ଣାମେଣ୍ଟ ବିଗ୍ ବ୍ୟା...
ମାତ୍ର୨୧ ବର୍ଷ ବୟସ, ଓଜନ ୪୫.୭ କେଜି। ଶରୀର ଗଠନ ସ୍ଲିମ୍,...
ବାଲେଶ୍ୱର ଜିଲ୍ଲାରେ ସାମାଜିକ ସୁରକ୍ଷା ଭତ୍ତା ପାଣ୍ଠି ହେର...
କନିଷ୍ଠ ଏସିଆ କପ୍‌ ହକି ପ୍ରତିଯୋଗିତାରେ ଭାରତୀୟ ଦଳ...
ମହାରାଷ୍ଟ୍ରରେ ଗଣେଶ ଚତୁର୍ଥୀ ପୂର୍ବରୁ ରାଜନୈତିକ ମାହୋଲ ମ...
ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ କଥିତ ଭାବେ ବିଷାକ୍ତ ମଦ ପିଇ...
ମୁମ୍ବାଇ:ଅସୁରକ୍ଷିତ, ନିମ୍ନମାନର ଓ ଅନଧିକୃତ ଔଷଧ ବିକ୍ରି...
ଭାରତୀୟ ଖାଦ୍ୟପେୟରେ ଘିଅର ଏକ ପାରମ୍ପରିକ ସ୍ଥାନ ରହିଛି। କ...
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ଜଣ୍ଡିସ ବା ହ...
ଜୋସେ ମୋରିନିଓଙ୍କ ଚାମ୍ପିଅନ୍ସ ଲିଗ୍‌ ରିଟର୍ନ ପାଇଁ...