ଓଡ଼ିଶା ମୁଖ୍ୟମନ୍ତ୍ରୀମୋହନ ମାଝୀଶୁକ୍ରବାର ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀଅମିତ ଶାହଙ୍କୁ ସାକ୍ଷାତ କରି ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି, ବନ୍ୟା ପରିସ୍ଥିତି ଓ ବିକାଶମୂଳକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ବୈଠକରେ ଓଡ଼ିଶାର ବର୍ତ୍ତମାନର ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରାଯିବା ସହ ଆଭ୍ୟନ୍ତରୀଣ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଓ ପ୍ରଶାସନିକ କାର୍ଯ୍ୟକୁ ଅଧିକ ପ୍ରଭାବଶାଳୀ କରିବା ନେଇ ଆଲୋଚନା ହୋଇଥିଲା।
ସୂତ୍ର ଅନୁସାରେ, ରାଜ୍ୟର ପରବର୍ତ୍ତୀପୁଲିସ ମହାନିର୍ଦ୍ଦେଶକ (DGP)ନିଯୁକ୍ତି ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ସେହିପରି ଓଡ଼ିଶାର ବର୍ତ୍ତମାନର ବନ୍ୟା ପରିସ୍ଥିତି ଏବଂ ଏହାର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।
ଏହାପରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ରେଳମନ୍ତ୍ରୀଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ସାକ୍ଷାତ କରିଥିଲେ। ବୈଠକରେ ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ, ନୂତନ ରେଳ ପ୍ରକଳ୍ପ, ରେଳ ସଂଯୋଗର ସମ୍ପ୍ରସାରଣ ଏବଂ ଯାତାୟାତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ ଯେ, କେନ୍ଦ୍ର ସରକାରଙ୍କ ନିରନ୍ତର ସହଯୋଗରେ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବା ଦିଗରେ ଆଗକୁ ବଢ଼ୁଛି। କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଉନ୍ନତ ସମନ୍ୱୟ ରାଜ୍ୟର ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ସହ ସାମଗ୍ରିକ ଉନ୍ନତିରେ ସହାୟକ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।
ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (IOCL) ପାରାଦୀପରେ...
ଅଗଷ୍ଟ ମାସରୁ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବ...
ଅଗଷ୍ଟ ମାସରୁ ସାଧାରଣ ଲୋକଙ୍କ ଉପରେ ପୁଣି ମହଙ୍ଗା ମାଡ଼ ପଡ...
ନିଜ ଶୌକକୁ ପେଶାରେ ପରିଣତ କରିବା ସମସ୍ତଙ୍କ ପାଇଁ ସମ୍ଭବ ହ...
ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧମା’ ତାରାତାରିଣୀ ପୀଠକୁ...
ସୁବର୍ଣ୍ଣପୁର ଜିଲ୍ଲାର ବିନିକା କମ୍ୟୁନିଟି ହେଲ୍ଥ ସେଣ୍ଟର...
ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା...
ଓଡ଼ିଶା ସରକାରଫୁଲବାଣୀ ମେଡିକାଲ କଲେଜର ନାମ ପରିବର୍ତ୍ତନ କ...
ଓଡ଼ିଶାରଅଲ୍ ଓଡ଼ିଶା ମେଡିକାଲ୍ PG ପରୀକ୍ଷାରେ General Su...
ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ବନ୍ୟା ପ୍ରଭାବିତଭାଗୀରଥୀପୁର...
ସୁନା-ରୁପା କିଣିବାକୁ ଅପେକ୍ଷା କରିଥିବା ଗ୍ରାହକଙ୍କ ପାଇଁ...
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ...