ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବ ପୂର୍ବରୁ ଗଞ୍ଜାମ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି। ବିପଦପ୍ରବଣ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ପୂର୍ବରୁ ଚିହ୍ନଟ କରି ସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଉଛି।
ଗଞ୍ଜାମ ଜିଲ୍ଲାରେ୧୧୦ଟି ସ୍ଥାୟୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀସହ୧,୦୦୦ରୁ ଅଧିକ ଅସ୍ଥାୟୀ ଆଶ୍ରୟସ୍ଥଳୀପ୍ରସ୍ତୁତ ରଖାଯାଇଛି। ଏହି ଆଶ୍ରୟସ୍ଥଳୀଗୁଡ଼ିକରେ ଏକାଥରକେ ପ୍ରାୟ୧.୫ ଲକ୍ଷ ଲୋକଙ୍କୁରଖିବା ପାଇଁ ବ୍ୟବସ୍ଥା କରାଯାଇଛି। ଖାଦ୍ୟ, ପାନୀୟ ଜଳ, ଚିକିତ୍ସା, ବିଦ୍ୟୁତ ଓ ଯୋଗାଯୋଗ ବ୍ୟବସ୍ଥାକୁ ମଧ୍ୟ ସୁନିଶ୍ଚିତ କରାଯାଇଛି।
ବାତ୍ୟା ପୂର୍ବରୁ ଗଞ୍ଜାମରେ୯ଟି ODRAF ଓ ୨ଟି NDRF ଟିମ୍କୁ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ପାଇଁ ପ୍ରସ୍ତୁତ ରଖାଯାଇଛି। ଜିଲ୍ଲା ପ୍ରଶାସନ ମଧ୍ୟ ବିଭିନ୍ନ ଅଞ୍ଚଳରେ ସ୍ଥିତିର ନିରନ୍ତର ନଜର ରଖୁଛି।
ଏହା ସହିତ ଗର୍ଭବତୀ ମହିଳାଙ୍କ ସୁରକ୍ଷାକୁ ମଧ୍ୟ ପ୍ରାଥମିକତା ଦିଆଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାର୧୦୭ ଜଣ ଗର୍ଭବତୀ ମହିଳାଙ୍କୁ ନିକଟସ୍ଥ ହସ୍ପିଟାଲକୁସ୍ଥାନାନ୍ତର କରାଯାଇଥିବାବେଳେ ଆଉ ୪ ଜଣଙ୍କୁ ମା’ ଗୃହକୁ ନିଆଯାଇଛି।
ସୂଚନା ଅନୁଯାୟୀ, ବାତ୍ୟା ‘ଅର୍ଣ୍ଣବ’ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶା, ବିଶେଷକରି ଗଞ୍ଜାମ ଓ ଅନ୍ୟାନ୍ୟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଝୋଟକା ପବନର ପ୍ରଭାବ ପଡ଼ିପାରେ। ରାଜ୍ୟ ସରକାର ‘ଜିରୋ କାଜୁଆଲିଟି’ ଲକ୍ଷ୍ୟ ନେଇ ଆଗୁଆ ପଦକ୍ଷେପ ଗ୍ରହଣ କରୁଛନ୍ତି।
ପଶ୍ଚିମ ଓଡ଼ିଶାର ପ୍ରମୁଖ ଚିକିତ୍ସା ପ୍ରତିଷ୍ଠାନ ବୁର୍ଲା ଭ...
ଡର୍ମାଟୋଲୋଜିଷ୍ଟ ଡା. ଜୁଶ୍ୟା ଭାଟିଆ ସରିନ୍ ଭାରତୀୟ ତ୍ୱଚା...
ରିଅଲିଟି ଶୋ’ **‘Rise & Fall Season...
‘Rise & Fall Season 2’ର ନୂଆ ଏପିସୋଡ...
SMA ଔଷଧକୁ ନେଇ କେରଳରେ ଚର୍ଚ୍ଚା ଓ ବିବାଦ ମଧ୍ୟରେ ସ୍ୱାସ୍...
Karthik Subbarajଙ୍କ ନିର୍ଦ୍ଦେଶିତ ‘Dorothy&rsq...
ଅକ୍ଟୋବର ମାସର ଶେଷ ସପ୍ତାହରୁ ନଭେମ୍ବର ମାସର ଆରମ୍ଭ ପର୍ଯ୍...
ହସ୍ପିଟାଲଗୁଡ଼ିକରେ ଥରେ ବ୍ୟବହାର ପାଇଁ ଉଦ୍ଦିଷ୍ଟ ମେଡିକାଲ...