ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଆଜି ଘୂର୍ଣ୍ଣିବାତ୍ୟାର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ଘୂର୍ଣ୍ଣିବାତ୍ୟାକୁ‘ଅର୍ଣ୍ଣବ’ (Arnab)ନାମ ଦିଆଯାଇଛି। ସିଷ୍ଟମ୍ଟି ବର୍ତ୍ତମାନ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି।
ଘୂର୍ଣ୍ଣିବାତ୍ୟାଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତା ଦିନଗୁଡ଼ିକରେ ଆହୁରି ଶକ୍ତିଶାଳୀ ହେବାର ଆଶଙ୍କା ରହିଛି। ପୂର୍ବାନୁମାନ ଅନୁସାରେ ଏହା ଅକ୍ଟୋବର ୨୮ ତାରିଖ ସକାଳ ସମୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ପହଞ୍ଚିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଝଡ଼ ପବନହୋଇପାରେ। ଓଡ଼ିଶାରେ ବିଶେଷକରି ଦକ୍ଷିଣ ଜିଲ୍ଲାଗୁଡ଼ିକ ଉପରେ ପାଣିପାଗ ବିଭାଗର ନଜର ରହିଛି।
ଘୂର୍ଣ୍ଣିବାତ୍ୟାର ପ୍ରଭାବ ଦୃଷ୍ଟିରେ ଓଡ଼ିଶା ସରକାର ପ୍ରସ୍ତୁତି ଜୋରଦାର କରିଛନ୍ତି। ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ପ୍ରଶାସନକୁ ସତର୍କ ରହିବା ସହ ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବର୍ତ୍ତମାନ ସିଷ୍ଟମ୍ର ଗତିପଥ ଓ ତୀବ୍ରତା ଉପରେ IMD ନିରନ୍ତର ନଜର ରଖିଛି। ତେଣୁ ଲୋକମାନେ ଆତଙ୍କିତ ନହୋଇ ପାଣିପାଗ ବିଭାଗ ଓ ସ୍ଥାନୀୟ ପ୍ରଶାସନର ପରବର୍ତ୍ତୀ ନିର୍ଦ୍ଦେଶକୁ ଅନୁସରଣ କରିବା ଆବଶ୍ୟକ।
ପଶ୍ଚିମ ଓଡ଼ିଶାର ପ୍ରମୁଖ ଚିକିତ୍ସା ପ୍ରତିଷ୍ଠାନ ବୁର୍ଲା ଭ...
MIT ଓ IITକୁ ନେଇ ଏକ ଚର୍ଚ୍ଚା ପୁଣି ସାମ୍ନାକୁ ଆସିଛି&mda...
SMA ଔଷଧକୁ ନେଇ କେରଳରେ ଚର୍ଚ୍ଚା ଓ ବିବାଦ ମଧ୍ୟରେ ସ୍ୱାସ୍...
ହିମାଚଳ ପ୍ରଦେଶର ଛାତ୍ରଛାତ୍ରୀ ଏବଂ ମେଡିକାଲ...
ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌କୁ ନେଇ ଓଡ଼ିଶା ଓ ଆ...
୧୦ ଜିଲ୍ଲାକୁ Yellow Warning ଅକ୍ଟୋବର ୨୬ ଓ ୨୭ ପାଇଁ...
ଡର୍ମାଟୋଲୋଜିଷ୍ଟ ଡା. ଜୁଶ୍ୟା ଭାଟିଆ ସରିନ୍ ଭାରତୀୟ ତ୍ୱଚା...
ବିଦେଶରେ ପଢ଼ିବା ନେଇ ଭାରତୀୟ ଛାତ୍ରଛାତ୍ରୀଙ୍କ ଚିନ୍ତାଧାର...