ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୫ ଦିନ ଧରି ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି।ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ବର୍ଷା, ବଜ୍ରପାତ ଓ ଘଡ଼ଘଡ଼ି ସତର୍କତା ଜାରି କରାଯାଇଛି।
ଆଜି ପାଇଁମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟଜାରି କରାଯାଇଥିବା ବେଳେ, ରାଜ୍ୟର ଅନ୍ୟ୨୯ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟଜାରି କରାଯାଇଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ପାଣିପାଗ ବିଭାଗ ଶନିବାର ମଧ୍ୟ ସମଗ୍ର ରାଜ୍ୟ ପାଇଁ ବଜ୍ରପାତ, ଘଡ଼ଘଡ଼ି ଓ ବର୍ଷା ସତର୍କତା ଜାରି କରିଛି। ସକ୍ରିୟ ପାଣିପାଗ ପରିସ୍ଥିତି ଯୋଗୁଁ ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
IMD ସୂଚନା ଅନୁସାରେ,ଆସନ୍ତା ୧୨ ଅଗଷ୍ଟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକାମନୋରମା ମହାନ୍ତିକହିଛନ୍ତି ଯେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ବାଂଲାଦେଶ ଅଞ୍ଚଳରେ ମଧ୍ୟ ଆଉ ଏକ ଘୂର୍ଣ୍ଣିବଳୟ ରହିଛି।
ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ହେବା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବଜ୍ରପାତ ସହ ଘଣ୍ଟାପ୍ରତି୩୦ରୁ ୪୦ କିଲୋମିଟର ବେଗରେ ପବନବହିବାର ସମ୍ଭାବନା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଛତିଶଗଡ଼ରକାଙ୍କେର ଜିଲ୍ଲାର ମ...
ଓଡ଼ିଶାରେ କ୍ୟାନ୍ସର ରୋଗୀଙ୍କ ପାଇଁ ଚିକିତ୍ସା ସୁବିଧାକୁ ଆ...
ଓଡ଼ିଶା ସରକାରଫୁଲବାଣୀ ମେଡିକାଲ କଲେଜର ନାମ ପରିବର୍ତ୍ତନ କ...
ଭୁବନେଶ୍ୱରର ଶିଶୁ ଭବନ ଛକ ଅଞ୍ଚଳରେ ଜଣେ ନାବାଳକଙ୍କ ମୃତ୍ୟ...
ଓଡ଼ିଶାର ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ବୀମା ସୁବିଧାକୁ ନେ...
ଭାରତୀୟ ରେଳ କ୍ୟାଟରିଂ ଏବଂ ପର୍ଯ୍ୟଟନ ନିଗମ (IRCTC) ଭକ୍ତ...
‘ହର ଘର ତିରଙ୍ଗା’ ଅଭିଯାନ ଅବସରରେ ସାରା ଦେଶ...
ନୂଆଦିଲ୍ଲୀ:NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲାରେ କେନ...