ଅନୁଗୁଳ ଜିଲ୍ଲାରେ ପୁଣି ଥରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ ଘଟଣା ଅନୁଗୁଳ ବନାଞ୍ଚଳର କରତପଟା ସେକ୍ସନ ଅନ୍ତର୍ଗତ କୁସୁମପାଟ ଗାଁରେ ଘଟିଛି। ମୃତ ବୃଦ୍ଧାଙ୍କ ନାମ ପ୍ରମିଳା ସାହୁ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ପ୍ରମିଳା ସାହୁ ସକାଳ ସମୟରେ ଘର ନିକଟରେ ଥିବା ବଗିଚାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିଲେ। ସେହି ସମୟରେ ସେ ହଠାତ୍ ଏକ ହାତୀର ହାବୁଡ଼ରେ ପଡ଼ିଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିବାରୁ ସେ ଗୁରୁତର ଭାବେ ଆହତ ହୋଇଥିଲେ।
ପ୍ରମିଳାଙ୍କ ଚିତ୍କାର ଶୁଣି ପରିବାର ଲୋକେ ଓ ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ବନ ବିଭାଗର ସହଯୋଗରେ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରମିଳାଙ୍କ ମୃତ୍ୟୁ ଘଟିଥିଲା।
ଅନୁଗୁଳ ଜିଲ୍ଲାରେ ଗତ କିଛି ଦିନ ଧରି ବାରମ୍ବାର ହାତୀ ଆକ୍ରମଣ ଘଟଣା ସାମ୍ନାକୁ ଆସୁଛି। ହାତୀମାନେ ଗାଁ ମୁହାଁ ହେବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଅସୁରକ୍ଷା ବୃଦ୍ଧି ପାଇଛି। ବିଶେଷକରି ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକମାନେ ସକାଳ ଓ ସନ୍ଧ୍ୟା ସମୟରେ ବାହାରକୁ ଯିବାକୁ ଭୟ କରୁଛନ୍ତି।
ଗ୍ରାମବାସୀମାନେ ବନ ବିଭାଗକୁ ହାତୀ ଉପଦ୍ରବ ରୋକିବା ପାଇଁ ସ୍ଥାୟୀ ପଦକ୍ଷେପ ନେବା ସହ ଲୋକଙ୍କ ସୁରକ୍ଷା ପାଇଁ ପ୍ରଭାବଶାଳୀ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି।
ଲିଓନେଲ ମେସି ଓ ଆର୍ଜେଣ୍ଟିନାର କାହାଣୀ ସାଧାରଣ ଫୁଟବଲ୍&zw...
ଆମେରିକା ଓ କାନାଡା ମଧ୍ୟରେ ବାଣିଜ୍ୟ ଚୁକ୍ତି ହେବା ନେଇ ଆଶ...
ଭାରତୀୟ ଫୁଟବଲ ଦଳ ପାଇଁ ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର FIF...
ଶିରୋମଣି ଅକାଳୀ ଦଳ (ପୁନର ସୁରଜିତ) ବିଜେପି ସହ ମେଣ୍ଟକୁ ନ...
ଭାରତୀୟ ଜାଭେଲିନ୍ ଥ୍ରୋରେ ନୀରଜ ଚୋପ୍ରାଙ୍କ ପରେ ଏବେ ରୋହି...
ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଲର୍ଡ୍ସରେ ଚାଲିଥିବା ଟେଷ୍ଟକ...
୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ, ପଞ୍ଜାବ...