ଭୁବନେଶ୍ୱର: ବାତ୍ୟା ଅର୍ଣ୍ଣବ ପରେ ଆସିଥିବା ବନ୍ୟା ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟା ପାଣିରେ ଅନେକ ସ୍କୁଲ ଜଳମଗ୍ନ ହୋଇଥିବା ବେଳେ ଛାତ୍ରଛାତ୍ରୀଙ୍କ ବହି, ଖାତା ଓ ଅନ୍ୟାନ୍ୟ ପାଠ୍ୟ ସାମଗ୍ରୀ ନଷ୍ଟ ହୋଇଯାଇଛି। ଏହାକୁ ନେଇ ଚିନ୍ତାରେ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏବେ ଆସିଛି ଆଶ୍ୱସ୍ତିକର ଖବର।
ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ନୂଆ ବହି ଯୋଗାଇଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ଜିଲ୍ଲା ଶିକ୍ଷା ଅଧିକାରୀ (DEO)ମାନଙ୍କଠାରୁ କ୍ଷୟକ୍ଷତିର ରିପୋର୍ଟ ମାଗିଛନ୍ତି। କେଉଁ ସ୍କୁଲର କେତେ କ୍ଷତି ହୋଇଛି ଏବଂ କେତେ ଛାତ୍ରଛାତ୍ରୀଙ୍କ ବହିପତ୍ର ନଷ୍ଟ ହୋଇଛି, ସେ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି।
ମନ୍ତ୍ରୀଙ୍କ ସୂଚନା ଅନୁସାରେ, ନୂଆ ବହି ଯୋଗାଣ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (BSE)ର ସମ୍ପାଦକଙ୍କ ସହ ଆଲୋଚନା ହୋଇଛି। ଖୁବଶୀଘ୍ର ପ୍ରଭାବିତ ପିଲାଙ୍କ ନିକଟରେ ନୂଆ ବହି ପହଞ୍ଚାଇବାକୁ ଉଦ୍ୟମ କରାଯିବ।
ଅନ୍ୟପଟେ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ସ୍କୁଲ କୋଠା ଓ ଅନ୍ୟାନ୍ୟ ଭିତ୍ତିଭୂମିର ମରାମତି ଉପରେ ମଧ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଏନେଇ ଜିଲ୍ଲାପାଳମାନଙ୍କ ସହ ଆଲୋଚନା ହୋଇଛି। କ୍ଷୟକ୍ଷତିର ସମ୍ପୂର୍ଣ୍ଣ ରିପୋର୍ଟ ମିଳିବା ପରେ ଆବଶ୍ୟକ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରାଯିବ।
ବନ୍ୟା ପରେ ଶିକ୍ଷା ବ୍ୟବସ୍ଥାକୁ ପୁଣି ସ୍ୱାଭାବିକ କରିବା ସହ ପିଲାଙ୍କ ପାଠପଢ଼ା ଯେପରି ବାଧାପ୍ରାପ୍ତ ନହୁଏ, ସେଥିପାଇଁ ସରକାର ଏହି ପଦକ୍ଷେପ ନେଇଛନ୍ତି।
ୟୁରୋପ: ୟୁରୋପରେ ବିମାନ ଯାତ୍ରାକୁ ନେଇ ଦେଖାଦେଇଛି ଆତଙ୍କ।...
ୱାଶିଂଟନ୍: ଆମେରିକାର ମଧ୍ୟବର୍ତ୍ତୀ ନିର୍ବାଚନ ପରେ ଡେମୋକ୍...
ୱାଶିଂଟନ୍: ଆମେରିକାର ରାଜନୀତିରେ ବଡ଼ ପରିବର୍ତ୍ତନ। ୨୦୨୬...
ଭୋଟର ତାଲିକାରୁ ନାଁ କଟିବାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରା...
ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ଓ ଉତ୍ତେଜନା ମଧ୍ୟରେ...
ଅଗ୍ନିପଥ ଯୋଜନାକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତ...
ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷାନୁଷ୍ଠାନରେ ଜାତିଗତ ଭେଦଭାବ...
ଦୀପାବଳି ପରେ ଭାରତୀୟ ସେୟାର ବଜାରରେ ନିବେଶକଙ୍କ ପାଇଁ ଖୁସ...