ଓଡ଼ିଶାରେ ଆସନ୍ତା କିଛି ଦିନ ମଧ୍ୟରେ ବର୍ଷାର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD)ର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ତାହା ଧୀରେ ଧୀରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଜୁଲାଇ ୧୫ ପର୍ଯ୍ୟନ୍ତ ରାଜ୍ୟରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ସୂଚନା ଅନୁସାରେ,ଜୁଲାଇ ୧୩ ଓ ୧୪ତାରିଖରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ସହ ବର୍ଷାର ପରିମାଣ ବଢ଼ିବ। ଏହା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଶନିବାର ପାଇଁକେନ୍ଦୁଝର ଓ ମୟୂରଭଞ୍ଜଜିଲ୍ଲାରେ ପ୍ରବଳ ବର୍ଷାର ସତର୍କତା ଜାରି କରାଯାଇଛି। ସେହିପରି ୧୩ଟି ଜିଲ୍ଲା ପାଇଁ ବଜ୍ରପାତ ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇୟେଲୋ ୱାର୍ଣ୍ଣିଂଜାରି ହୋଇଛି।
ରବିବାରଠାରୁ ବର୍ଷାର ତୀବ୍ରତା ଆହୁରି ବଢ଼ିବା ସହ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଅଧୀନରେ ରହିବ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ ରାୟଗଡ଼ାଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ନିମ୍ନାଞ୍ଚଳ ଏବଂ ବନ୍ୟାପ୍ରବଣ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ପ୍ରବଳ ବର୍ଷା, ବଜ୍ରପାତ ଓ ଘଡ଼ଘଡ଼ି ଯୋଗୁଁ ଜନଜୀବନ ପ୍ରଭାବିତ ହୋଇପାରେ ବୋଲି IMD ସୂଚନା ଦେଇଛି। ପରିସ୍ଥିତି ଉପରେ ନଜର ରଖାଯାଇଥିବା ବେଳେ ଆବଶ୍ୟକ ହେଲେ ପରବର୍ତ୍ତୀ ସତର୍କ ସୂଚନା ଜାରି କରାଯିବ।
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...
ହାଇୱେ କଡ଼ରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିବା ପରେ...
ନିଜକୁ IAS ଅଧିକାରୀ ପରିଚୟ ଦେଇ ଲୋକଙ୍କୁ ଠକୁଥିବା ଅଭିଯୋଗ...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...
ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...
କେନ୍ଦ୍ରାପଡ଼ା ଜିଲ୍ଲା କୋରୁଆ ବଜାରରେ ଅବସରପ୍ରାପ୍ତ ଜଣେ ବ...
ନୂଆ ସପ୍ତାହ ଆରମ୍ଭ ହେବା ସହ ଗ୍ରହ ଓ ନକ୍ଷତ୍ରଙ୍କ ଗତିରେ ମ...
ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗାଁରେ...