ଗଜପତି ଜିଲ୍ଲାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ରେ ଶନିବାର ସକାଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁରେ RTOରକମ୍ପ୍ୟୁଟର ରୁମ୍ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତହୋଇଥିବା ବେଳେ ଅନେକ କମ୍ପ୍ୟୁଟର ଓ ଅନ୍ୟାନ୍ୟ ଅଫିସ୍ ଉପକରଣ ନଷ୍ଟ ହୋଇଥିବା ଜଣାପଡ଼ିଛି।
ସୂଚନା ଅନୁସାରେ, ଶନିବାର ପ୍ରାୟସକାଳ ୧୦ଟାରେକର୍ମଚାରୀମାନେ ଅଫିସରେ ପହଞ୍ଚିବା ପରେ କମ୍ପ୍ୟୁଟର ରୁମ୍ରୁ ଧୂଆଁ ଓ ନିଆଁ ବାହାରୁଥିବା ଦେଖିଥିଲେ। ଏହାପରେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା।
ଖବର ପାଇଦୁଇଟି ଅଗ୍ନିଶମ ଗାଡ଼ିଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିବାରୁ ଏକ ବଡ଼ ଅଘଟଣ ଟଳିଯାଇଛି।
ଅଗ୍ନିକାଣ୍ଡରେ RTOର କମ୍ପ୍ୟୁଟର ସେକ୍ସନ୍ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅନେକ କମ୍ପ୍ୟୁଟର ଓ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ୍ ଉପକରଣ ନଷ୍ଟ ହୋଇଥିବା ଆଶଙ୍କା କରାଯାଉଛି। ତେବେ ମୋଟ କେତେ ଟଙ୍କାର କ୍ଷୟକ୍ଷତି ହୋଇଛି, ତାହା ଏପର୍ଯ୍ୟନ୍ତ ଆକଳନ କରାଯାଇନାହିଁ।
ଅଗ୍ନିକାଣ୍ଡର ପ୍ରକୃତ କାରଣ ତୁରନ୍ତ ଜଣାପଡ଼ିନାହିଁ। ତେବେସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବାପ୍ରାଥମିକ ଭାବେ ସନ୍ଦେହ କରାଯାଉଛି। ଅଫିସ୍ ପରିସରରେ ବିସ୍ତୃତ ଯାଞ୍ଚ ପରେ ନିଆଁର ପ୍ରକୃତ କାରଣ ସ୍ପଷ୍ଟ ହେବ।
ଗଜପତି RTO ଅଧିକାରୀ ତପନ କୁମାର ବେଟିଙ୍କ କହିବା ଅନୁସାରେ, ସକାଳ ପ୍ରାୟ ୧୦ଟାରେ ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ମିଳିଥିଲା। ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥାଇପାରେ ବୋଲି ସନ୍ଦେହ କରାଯାଉଛି। ଅଗ୍ନିଶମ ବିଭାଗ ତୁରନ୍ତ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲା। ବର୍ତ୍ତମାନ କ୍ଷୟକ୍ଷତିର ଆକଳନ କରାଯାଉଛି।
ନୂଆଦିଲ୍ଲୀ:ଭାରତୀୟ ବାୟୁସେନା (IAF) ନିଜର ପରିବହନ ବିମାନ...
ଉତ୍ତରପ୍ରଦେଶରେ ବନ୍ୟା ପରିସ୍ଥିତି ଯୋଗୁଁ ୧୩ଟି ଜିଲ୍ଲାର ୧...
ନୂଆଦିଲ୍ଲୀ:ଜନଗଣନା ୨୦୨୭ ପାଇଁ କେନ୍ଦ୍ର ସରକାର ପ୍ରଶ୍ନପତ୍...
ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...
ଆଲାର୍ମ ବାଜିବା ପୂର୍ବରୁ ସ୍ୱାଭାବିକ ଭାବେ ଉଠିବା ଅନେକଙ୍କ...
ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...
ଗ୍ରୀନଲ୍ୟାଣ୍ଡରେ ଜଳବାୟୁ ପରିବର୍ତ୍ତନର ଆଉ ଏକ ବଡ଼ ପ୍ରଭାବ...
ଭାରତରେ ଚିପ୍ସ, ମିଠା ପାନୀୟ ଓ ଅନ୍ୟାନ୍ୟ ପ୍ୟାକେଜ୍ଡ ଖାଦ୍...
‘୧୦୦%’ ଦାବିକୁ ନେଇ ITC Limited ଏବଂ ଭାରତ...