୧୦୦୦ରୁ ଅଧିକ ଗାଁରେ ବନ୍ୟା ଆଶଙ୍କା! ଗଞ୍ଜାମ-ଗଜପତି ସ୍ଥିତିର ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

ବାତ୍ୟା ‘ଅର୍ଣ୍ଣବ’ ପରେ ଲଗାଣ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲ୍ଲାର ଅନେକ ଗାଁ ପ୍ରଭାବିତ ହୋଇଛି। ବନ୍ୟା ସ୍ଥିତି ଓ ଉଦ୍ଧାର କାର୍ଯ୍ୟର ଅଗ୍ରଗତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା କରିଛନ୍ତି।
Suresh Pujari reviews the flood situation and rescue operations in Ganjam and Gajapati.
Suresh Pujari reviews the flood situation and rescue operations in Ganjam and Gajapati.

ବାତ୍ୟା ‘ଅର୍ଣ୍ଣବ’ ପରେ ଲଗାଣ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶାରେ ବନ୍ୟା ସ୍ଥିତି ଚିନ୍ତା ବଢ଼ାଇଛି। ଗଞ୍ଜାମ ଓ ଗଜପତି ଜିଲ୍ଲାର ଅନେକ ଗାଁ ବର୍ଷା ଓ ବନ୍ୟାରେ ପ୍ରଭାବିତ ହୋଇଛି। ସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଣ୍ଟ୍ରୋଲ ରୁମ୍‌ରୁ ଦିନତମାମ ମାରାଥନ୍ ସମୀକ୍ଷା କରିଛନ୍ତି।

ଗଞ୍ଜାମ ଓ ଗଜପତିରେ ବର୍ଷା-ବନ୍ୟା ସ୍ଥିତି

ସମୀକ୍ଷାରୁ ମିଳିଥିବା ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲାର ୯୨୨ଟି ଗାଁକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ଏଥିସହ ଜିଲ୍ଲାର ୬୨ଟି ବ୍ଲକ୍‌ରେ ୨୯୯ଟି ଗାଁ ପ୍ରଭାବିତ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

ସେହିପରି ଗଜପତି ଜିଲ୍ଲାର ୭ଟି ବ୍ଲକ୍‌ରେ ୧୧୯ଟି ଗାଁକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ଏହାସହ ୧୧ଟି ଗାଁ ବର୍ଷା ଓ ବନ୍ୟା ଯୋଗୁଁ ପ୍ରଭାବିତ ହୋଇଛି।

ଉଦ୍ଧାର କାର୍ଯ୍ୟ ପାଇଁ ମୁତୟନ ହେଲେ ଉଦ୍ଧାରକାରୀ ଦଳ

ବନ୍ୟା ପରିସ୍ଥିତିର ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ଟିମ୍ ଆସିବା ନେଇ ସୂଚନା ରହିଛି। ଅନ୍ୟପଟେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ୪୫ଟି ଓଡ୍ରାଫ୍ ଟିମ୍, ୬ଟି ଏନ୍‌ଡିଆର୍‌ଏଫ୍ ଟିମ୍ ଓ ୪ଟି ଅଗ୍ନିଶମ ଦଳ ନିୟୋଜିତ କରାଯାଇଛି। ଏଥିସହ ୪ଟି ଏସ୍‌ଆର୍‌ସି ପାୱାର ବୋଟ୍ ମଧ୍ୟ ମୁତୟନ ହୋଇଛି।

ଗଜପତି ଜିଲ୍ଲାରେ ୧୨ଟି ଓଡ୍ରାଫ୍ ଟିମ୍, ୬ଟି ଏନ୍‌ଡିଆର୍‌ଏଫ୍ ଟିମ୍ ଏବଂ ୧୨ଟି ଅଗ୍ନିଶମ ଦଳକୁ ପ୍ରସ୍ତୁତ ରଖାଯାଇଛି।

ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଉପରେ ନଜର

ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର, ରିଲିଫ୍ ବଣ୍ଟନ ଓ ପ୍ରଶାସନିକ ପଦକ୍ଷେପର ଅଗ୍ରଗତି ଉପରେ ନଜର ରଖାଯାଇଛି। ପ୍ରଭାବିତ ଲୋକଙ୍କ ନିକଟରେ ଆବଶ୍ୟକ ସହାୟତା ପହଞ୍ଚାଇବା ସହ ପରିସ୍ଥିତିର ମୁକାବିଲା କରିବା ପ୍ରଶାସନର ପ୍ରାଥମିକତା ରହିଛି।

LIVE TV
LIVE
Breaking News
ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ
+