ପାହାଡ଼ିଆ ରାଜ୍ୟ ହିମାଚଳ ପ୍ରଦେଶରେ ମୌସୁମୀ ବର୍ଷାର ପ୍ରକୋପ ଦିନକୁ ଦିନ ବଢ଼ୁଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜୁଲାଇ ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅତି ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ହାଇ ଆଲର୍ଟ ଜାରି କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଚମ୍ବା, କାଙ୍ଗଡା, ମାଣ୍ଡି, ଶିମଲା, କୁଲୁ ଏବଂ ସିରମୌର ଜିଲ୍ଲାରେ ବର୍ଷାର ପ୍ରଭାବ ସବୁଠାରୁ ଅଧିକ ରହିବ। ଜୁଲାଇ ୧୮ ଓ ୨୩ ତାରିଖରେ ମଧ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହା ସହ କିନ୍ନୌର ଏବଂ ଲାହୌଲ-ସ୍ପିତି ଭଳି ଉଚ୍ଚ ପାହାଡ଼ିଆ ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପୂର୍ବାନୁମାନ କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।
ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଧସିବା, ଭୂସ୍ଖଳନ, ତଳିଆ ଅଞ୍ଚଳରେ ଜଳବନ୍ଦୀ ଏବଂ ରାସ୍ତାରେ ଦୃଶ୍ୟମାନତା କମିଯିବା ଭଳି ସମସ୍ୟା ସୃଷ୍ଟି ହୋଇପାରେ। ଏହା ଫଳରେ ସଡ଼କ ଯାତାୟାତ ବାଧାପ୍ରାପ୍ତ ହେବା ସହ ଦୁର୍ଘଟଣାର ଆଶଙ୍କା ମଧ୍ୟ ବଢ଼ିଛି।
ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ସ୍ଥାନୀୟ ଲୋକ ଓ ପର୍ଯ୍ୟଟକଙ୍କୁ ଅନାବଶ୍ୟକ ଯାତ୍ରା ନ କରିବାକୁ ଏବଂ ସୁରକ୍ଷିତ ସ୍ଥାନରେ ରହିବାକୁ ଅପିଲ କରିଛି। ସମ୍ଭାବ୍ୟ ବିପର୍ଯ୍ୟୟକୁ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ମଧ୍ୟ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଦେଶରେ ବଢ଼ୁଥିବା ତାପମାତ୍ରା ଏବେ କେବଳ ସାଧାରଣ ଜନଜୀବନକୁ...
ଧନତେରସକୁ ନେଇ ଦେଶରେ ସୁନା ଓ ରୁପା କିଣାବିକା ପାଇଁ ବଜାର...
ନୂଆଦିଲ୍ଲୀ: ଆଜିକାଲି ଅଧିକାଂଶ ଲୋକ ଅସୁସ୍ଥ ହେଲେ ହିଁ ଡାକ...
ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ସୁଧାର...
ଭାରତରେ ସୁନା ଋଣ ବଜାର ଦ୍ରୁତ ଗତିରେ ବିସ୍ତାର ହେଉଥିବା ବେ...
ଭାରତରେ ଡେଙ୍ଗୁ ରୋଗର ମୁକାବିଲା ପାଇଁ ଏକ ନୂଆ ଆଶା ସୃଷ୍ଟି...
ଭାରତୀୟ ଅଟୋମୋବାଇଲ୍ ବଜାରରେ SUV ଗାଡ଼ି ପ୍ରତି ଗ୍ରାହକଙ୍କ...
ସକାଳୁ ଦାନ୍ତ ଘଷିବା ବେଳେ ଅସାବଧାନତା ଯୋଗୁଁ ଜଣେ ବ୍ୟକ୍ତି...