ଓଡ଼ିଶାରେ ବର୍ଷାରୁ ଏବେ ତୁରନ୍ତ ଆଶ୍ୱସ୍ତି ମିଳିବାର ସମ୍ଭାବନା କମ୍। ଆସନ୍ତା ଏକ ସପ୍ତାହ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିପାରେ। ଆବହାଓା ବିଭାଗ ପକ୍ଷରୁ ସେପ୍ଟେମ୍ବର ୨୨ ଯାଏଁ ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟର ପାଣିପାଗ ପ୍ରଭାବିତ ହେଉଛି। ଏହାର ପ୍ରଭାବରେ ଅନେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଆଜି ଓ ଗୁରୁବାର ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ସେପ୍ଟେମ୍ବର ୧୮ ତାରିଖ ପାଇଁ ୧୭ଟି ଜିଲ୍ଲାରେ ୟେଲୋ ଆଲର୍ଟ ଜାରି ହୋଇଛି। କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସେହିପରି ସେପ୍ଟେମ୍ବର ୧୯ରେ ମଧ୍ୟ ବର୍ଷା କାର୍ଯ୍ୟକଳାପ ଜାରି ରହିବ। ଏହି ଦିନ ୩୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ଓ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ସେପ୍ଟେମ୍ବର ୧୯ରେ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅନ୍ୟ ଅଞ୍ଚଳ ତୁଳନାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଆଶା କରାଯାଉଥିବା ବର୍ଷା ପରିମାଣକୁ ଆଧାର କରି ଆବହାଓା ବିଭାଗ ପକ୍ଷରୁ ଜିଲ୍ଲାୱାରୀ ସତର୍କତା ଜାରି କରାଯାଇଛି।
ଚଳିତ ମୌସୁମୀ ଋତୁରେ ଓଡ଼ିଶାରେ ଏପର୍ଯ୍ୟନ୍ତ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ଜୁନ୍ ୧ରୁ ସେପ୍ଟେମ୍ବର ୧୬ ପର୍ଯ୍ୟନ୍ତ ରାଜ୍ୟରେ ୧,୨୬୯.୭ ମିମି ବର୍ଷା ହୋଇଥିବା ବେଳେ ଏହା ସ୍ୱାଭାବିକ ବର୍ଷାଠାରୁ ୨୧% ଅଧିକ ବୋଲି ଦିଆଯାଇଥିବା ତଥ୍ୟରୁ ଜଣାପଡ଼ିଛି।
ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ନଭେମ୍ବର ୫ ତାରିଖରେ ପରଦାକୁ...
ବିରୋଧୀ ଦଳଗୁଡ଼ିକର INDIA ମେଣ୍ଟକୁ ନେଇ ବଡ଼ ବୟାନ ଦେଇଛନ୍...
ଜମ୍ମୁ-କଶ୍ମୀରର ରାଜନୀତିରେ ଏବେ ହଟଚମଟ। ଶାସକ ନ୍ୟାସନାଲ କ...
ନୂଆଦିଲ୍ଲୀ: ଆଜିକାଲି ଅଧିକାଂଶ ଲୋକ ଅସୁସ୍ଥ ହେଲେ ହିଁ ଡାକ...
ଆଦିବାସୀ ସମ୍ପ୍ରଦାୟର ସମସ୍ୟା ଓ ଅଭିଯୋଗର ସମାଧାନ ପାଇଁ ଜମ...
ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ବ...
ବଲିଉଡ୍‌ର ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାମାୟଣ:...
ଦେଶରେ ବଢ଼ୁଥିବା ତାପମାତ୍ରା ଏବେ କେବଳ ସାଧାରଣ ଜନଜୀବନକୁ...