ଝାରସୁଗୁଡ଼ା ଜିଲ୍ଲାର ବେଲପାହାଡ଼ ଥାନା ଅଧୀନ ମୁଚବାହାଲ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକଙ୍କ ମୃତଦେହ ସନ୍ଦେହଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ବେଳେ ତାଙ୍କୁ ହତ୍ୟା କରାଯିବା ପରେ ମୃତଦେହକୁ ଘଟଣାସ୍ଥଳରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି।
ସ୍ଥାନୀୟ ଲୋକେ ମୃତଦେହ ଦେଖି ବେଲପାହାଡ଼ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟର ପରିବେଶ ସୃଷ୍ଟି ହୋଇଛି।
ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ ଅନ୍ୟ କୌଣସି ସ୍ଥାନରେ ହତ୍ୟା କରାଯାଇ ପରେ ମୃତଦେହକୁ ମୁଚବାହାଲ ଅଞ୍ଚଳରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ତେବେ ଏହାର ସରକାରୀ ପୁଷ୍ଟି ହୋଇନାହିଁ।
ମୃତ ଯୁବକଙ୍କ ପରିଚୟ ଏବଂ ହତ୍ୟା ପଛର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣାରେ କେତେଜଣ ସମ୍ପୃକ୍ତ ଅଛନ୍ତି ଏବଂ କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଛି, ସେନେଇ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି। ତଦନ୍ତ ଶେଷ ହେବା ପରେ ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି।
ଟାଟା ମାଲିକାନାଧୀନJaguar Land Rover (JLR)ବ୍ରିଟେନ୍ରେ...
ଗୁରୁଗ୍ରାମରDLF Primus ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟ କଡ...
ବୀମା ପଲିସି କିଣିବା ପରେ ଅନେକ ଲୋକଙ୍କ ପାଇଁ ସବୁଠୁ ବଡ଼ ସ...
ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...
ମାରୁତି ସୁଜୁକି କାର୍ କିଣିବାକୁ ଯୋଜନା କରୁଥିବା ଗ୍ରାହକଙ୍...
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...