ରାଜ୍ୟରେ ଲଗାତାର ବର୍ଷା ଜାରି ରହିଥିବାବେଳେ ଆସନ୍ତା ୩ ଜୁଲାଇ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଦକ୍ଷିଣ ବାଂଲାଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହେବ।
ଲଘୁଚାପର ପ୍ରଭାବରେ ଓଡ଼ିଶାରେ ୩ ଜୁଲାଇରୁ ବର୍ଷାର ପରିମାଣ ବଢ଼ିବା ସହ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିସ୍ଥିତି ୬ ଜୁଲାଇ ପର୍ଯ୍ୟନ୍ତ ଜାରି ରହିପାରେ।
IMD ପକ୍ଷରୁ ବଜ୍ରପାତ ଓ ଘଡ଼ଘଡ଼ି ସହିତ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି। କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ୋ ପବନ ବହିପାରେ।
ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସାଧାରଣ ଲୋକଙ୍କୁ ମଧ୍ୟ ଖରାପ ପାଗ ସମୟରେ ସତର୍କ ରହିବାକୁ କୁହାଯାଇଛି।
ଆମେରିକାର Federal Bureau of Investigation (FBI) ମଞ୍...
ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...
ନୂଆଦିଲ୍ଲୀ:ଭାରତୀୟ ବାୟୁସେନା (IAF) ନିଜର ପରିବହନ ବିମାନ...
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...
କେରଳର କୋଚିରେ ଜଣେ କଲେଜ ଛାତ୍ରଙ୍କ ବିରୋଧରେ ଶିକ୍ଷକ ଓ ସହ...
ମଙ୍ଗଳବାର ସନ୍ଧ୍ୟାରେ ମୁମ୍ବାଇ-ଅହମଦାବାଦବନ୍ଦେ ଭାରତ ଏକ୍ସ...
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ କଥିତ ଭାବେ ବିଷାକ୍ତ ମଦ ପିଇ...
ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...