Villagers collecting contaminated water in Mahanga area despite mega drinking water project

ମେଗା ପାନୀୟ ଜଳ ପ୍ରକଳ୍ପ ପରେ ବି ମିଳୁନି ବିଶୁଦ୍ଧ ପାଣି, ଫ୍ଲୋରାଇଡ୍-ଆଇରନ ପାଣି ପିଇ ବଞ୍ଚୁଛନ୍ତି ଗ୍ରାମବାସୀ

କଟକ ଜିଲ୍ଲା ମାହାଙ୍ଗା ବ୍ଲକ କୁହୁଣ୍ଡା ପଞ୍ଚାୟତର ଧଉଳିଆ ଗାଁରେ ମେଗା ପାନୀୟ ଜଳ ପ୍ରକଳ୍ପ ଲୋକାର୍ପଣ ହୋଇଥିଲେ ମଧ୍ୟ ଗ୍ରାମବାସୀ ଏପର୍ଯ୍ୟନ୍ତ ବିଶୁଦ୍ଧ ପାଣି ପାଉନାହାନ୍ତି । ଗାଁରେ ପାଇପ ଲାଇନ୍‌ ନପହଞ୍ଚିବାରୁ ଲୋକମାନେ ଫ୍ଲୋରାଇଡ୍ ଓ ଆଇରନ ମିଶିତ ଦୂଷିତ ପାଣି ପିଇବାକୁ ବାଧ୍ୟ ହେଉଛନ୍ତି ।

ପାଣି ପାଇଁ ହାହାକାର । ପ୍ରଚଣ୍ଡ ଖରା ଓ ଜଳ ସଂକଟ ମଧ୍ୟରେ ମଧ୍ୟ ଲୋକମାନେ ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚିତ ହୋଇଛନ୍ତି । କଟକ ଜିଲ୍ଲା ମାହାଙ୍ଗା ବ୍ଲକ କୁହୁଣ୍ଡା ପଞ୍ଚାୟତର ଧଉଳିଆ ଗାଁରେ ମେଗା ପାନୀୟ ଜଳ ପ୍ରକଳ୍ପ ଲୋକାର୍ପଣ ହୋଇଥିଲେ ମଧ୍ୟ ଗ୍ରାମବାସୀଙ୍କ ଘରକୁ ଏପର୍ଯ୍ୟନ୍ତ ବିଶୁଦ୍ଧ ପାଣି ପହଞ୍ଚି ପାରିନାହିଁ ।

ଗାଁର ୧ ଓ ୨ ନମ୍ବର ୱାର୍ଡର ପ୍ରାୟ ୧୫୦ରୁ ଅଧିକ ପରିବାର ଏବେ ମଧ୍ୟ କୁଆଁ ଓ ନଳକୂପର ଦୂଷିତ ପାଣି ଉପରେ ନିର୍ଭର କରୁଛନ୍ତି । ସେହି ପାଣିରେ ଅଧିକ ପରିମାଣର ଆଇରନ ଓ ଫ୍ଲୋରାଇଡ୍ ଥିବାରୁ ଲୋକମାନେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।

ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ନିୟମିତ ଭାବେ ଜଳ ଟ୍ୟାଙ୍କର ମଧ୍ୟ ପଠାଯାଉନାହିଁ । ମେଗା ପ୍ରକଳ୍ପ ଉଦଘାଟନ ହୋଇଥିଲେ ସୁଦ୍ଧା ଗାଁକୁ ପାଇପ ଲାଇନ୍ ପହଞ୍ଚିନଥିବାରୁ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିଛି ।

ସ୍ଥାନୀୟ ମହିଳାମାନେ କହିଛନ୍ତି ଯେ, ଗ୍ରୀଷ୍ମପ୍ରବାହର ତୀବ୍ରତା ଠାରୁ ବି ଅଧିକ କଷ୍ଟଦାୟକ ହେଉଛି ପାଣି ସମସ୍ୟା । ଜୀବନ ବଞ୍ଚାଇବା ପାଇଁ ସେମାନେ ବାଧ୍ୟ ହୋଇ ଦୂଷିତ ପାଣି ପିଇବାକୁ ପଡ଼ୁଛି ।

ଗ୍ରାମବାସୀମାନେ ଶୀଘ୍ର ପାଇପ ଲାଇନ୍ ବିଛାଇ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କୁ ଦାବି କରିଛନ୍ତି ।

Latest News
କିଭ୍‌ ଅଞ୍ଚଳରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଗୋଦାମରେ ବିସ୍ଫୋରଣ, ୩୭ ମୃତ; ପ୍ରାୟ ୪୦୦ ଜଣ ସ୍ଥାନାନ୍ତର

କିଭ୍‌ ଅଞ୍ଚଳରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଗୋଦାମରେ...

ୟୁକ୍ରେନ୍ର କିଭ୍ ଅଞ୍ଚଳର ବୁଚା ଜିଲ୍ଲାର ମାଇଲା ଗାଁରେ ଶୁକ...

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି; ମୃତାହତଙ୍କ ସମ୍ପର୍କରେ ବି ଅଜଣା ଅନେକ ତଥ୍ୟ

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି;...

ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ ଜଳସ୍ତର: ହିମସ୍ଖଳନ ଯୋଗୁଁ ନେପାଳରେ ଭୟଙ୍କର ବନ୍ୟା?

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ...

ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...

ଲିଓନେଲ ମେସି ଓ ଆର୍ଜେଣ୍ଟିନା: ଏକ ଭଲପାଇବାର କାହାଣୀ, ଯାହା ବଦଳାଇଦେଲା ଅନ୍ତର୍ଜାତୀୟ ଫୁଟବଲ୍‌ର ଇତିହାସ

ଲିଓନେଲ ମେସି ଓ ଆର୍ଜେଣ୍ଟିନା: ଏକ ଭଲପାଇବାର...

ଲିଓନେଲ ମେସି ଓ ଆର୍ଜେଣ୍ଟିନାର କାହାଣୀ ସାଧାରଣ ଫୁଟବଲ୍&zw...

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି ଓଡ଼ିଶା, ୨୪ ଜିଲ୍ଲାକୁ ଆଲର୍ଟ

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି...

ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...

ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ ଅଧିକ ଘର କ୍ଷତିଗ୍ରସ୍ତ

ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ...

ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...

ଭାରତରେ ଗ୍ଲୋବାଲ୍ ବ୍ରାଣ୍ଡର ସ୍ୱାଦ ଓ ଗୁଣ କାହିଁକି ଅଲଗା? Fanta, Vaseline ଠାରୁ Head & Shoulders ପର୍ଯ୍ୟନ୍ତ ଜାଣନ୍ତୁ କାରଣ

ଭାରତରେ ଗ୍ଲୋବାଲ୍ ବ୍ରାଣ୍ଡର ସ୍ୱାଦ ଓ ଗୁଣ...

ଭାରତୀୟ ବଜାରରେ ମିଳୁଥିବା ଅନେକ ପ୍ରସିଦ୍ଧ ଗ୍ଲୋବାଲ୍ ବ୍ରା...

Breaking News
କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍ କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍
+