ଭଦ୍ରକ ଜିଲ୍ଲାରେ ଏକତରଫା ପ୍ରେମକୁ କେନ୍ଦ୍ର କରି ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ବିବାହିତ ଯୁବକ ନିଜ ପ୍ରେମ ପ୍ରସ୍ତାବକୁ ବାରମ୍ବାର ପ୍ରତ୍ୟାଖ୍ୟାନ କରିଥିବାରୁ ଜଣେ ନାବାଳିକା ସ୍କୁଲ ଛାତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଜାଳିଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି।
ଏହି ଘଟଣା ମଙ୍ଗଳବାର ସକାଳେ ଭଦ୍ରକ ଜିଲ୍ଲାର ଧୁଷୁରୀ ଥାନା ଅଞ୍ଚଳରେ ଘଟିଛି। ସୂଚନା ଅନୁସାରେ, ଛାତ୍ରୀ ଜଣକ ସକାଳେ ସ୍କୁଲକୁ ଯାଉଥିବା ବେଳେ ଅଭିଯୁକ୍ତ ତାଙ୍କ ରାସ୍ତା ଅଟକାଇ ପେଟ୍ରୋଲ ଢାଳି ନିଆଁ ଲଗାଇବାକୁ ଉଦ୍ୟମ କରିଥିଲେ।
ଛାତ୍ରୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ କାବୁ କରି ପୁଲିସ ହାତରେ ଦେଇଥିଲେ। ସେମାନଙ୍କ ତତ୍ପରତା ଯୋଗୁଁ ଏକ ବଡ଼ ଅଘଟଣ ଟଳିଯାଇଥିବା କୁହାଯାଉଛି।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ଜଣକ ବିବାହିତ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ନାବାଳିକାଙ୍କୁ ପ୍ରେମ ପ୍ରସ୍ତାବ ଦେଇ ହଇରାଣ କରୁଥିଲେ। ତେବେ ଛାତ୍ରୀ ପ୍ରତ୍ୟେକ ଥର ତାଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହି ପ୍ରତ୍ୟାଖ୍ୟାନକୁ ନେଇ କ୍ଷୁବ୍ଧ ହୋଇ ଅଭିଯୁକ୍ତ ଏଭଳି ଚରମ ପଦକ୍ଷେପ ନେଇଥିବା ସନ୍ଦେହ କରୁଛି ପୁଲିସ।
ଅଭିଯୁକ୍ତଙ୍କୁ ଧୁଷୁରୀ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ଘଟଣାର ପ୍ରକୃତ କାରଣ ଓ ସମ୍ପୂର୍ଣ୍ଣ ପରିସ୍ଥିତି ଜାଣିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି।
ଘଟଣାରେ ନାବାଳିକାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ପୁଲିସ ପକ୍ଷରୁ ଅଧିକ ତଥ୍ୟ ଅପେକ୍ଷା କରାଯାଉଛି।
ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ବ...
ନିତେଶ ତିୱାରୀଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ: ର...
ବଲିଉଡ୍‌ର ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାମାୟଣ:...
ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ନଭେମ୍ବର ୫ ତାରିଖରେ ପରଦାକୁ...
ଭାରତର ମହାନ ସଙ୍ଗୀତଜ୍ଞ, ଗାୟକ, କବି ଓ ଚଳଚ୍ଚିତ୍ର ନିର୍ମା...
ଦୀପାବଳି ପୂର୍ବରୁ ଦିଲ୍ଲୀବାସୀଙ୍କ ଚିନ୍ତା ବଢ଼ାଇଛି...
ଆଜି ଧନତେରସ। ଦୀପାବଳି ପୂର୍ବରୁ ପାଳନ କରାଯାଉଥିବା ଏହି ପର...
ଆମେରିକା ଯାତ୍ରା କରୁଥିବା ଭାରତୀୟ ବିମାନ ଯାତ୍ରୀଙ୍କ ପାଇଁ...