ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ଓ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ତାଙ୍କ ନିଜ ମାମୁଁ ଦୁଷ୍କର୍ମ କରିଥିବା ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ଦାଖଲ ହୋଇଛି। ଅଭିଯୋଗ ପାଇବା ପରେ ବୈଶିଙ୍ଗା ପୁଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି।
ଅଭିଯୋଗ ଅନୁସାରେ, ପୀଡ଼ିତାଙ୍କ ବାପାଙ୍କ ମୃତ୍ୟୁ ପରେ ସେ ତାଙ୍କ ମାଆ ଓ ପରିବାର ସଦସ୍ୟଙ୍କ ସହ ମାମୁଁଙ୍କ ଘରେ ରହୁଥିଲେ। ଘଟଣା ଦିନ ଘରେ ଅନ୍ୟ କେହି ନଥିବା ସୁଯୋଗରେ ଅଭିଯୁକ୍ତ ବଳପୂର୍ବକ ଯୁବତୀଙ୍କ ସହ ଦୁଷ୍କର୍ମ କରିଥିବା ସହ ଘଟଣା ବିଷୟରେ କାହାକୁ କହିଲେ ପ୍ରାଣରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି।
ପରେ ପୀଡ଼ିତା ସାହସର ସହ ପରିବାର ଲୋକଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ପରିବାର ପକ୍ଷରୁ ପଚାରିବାରୁ ଅଭିଯୁକ୍ତ ଧମକ ଦେଇଥିବା ମଧ୍ୟ ଅଭିଯୋଗରେ ଉଲ୍ଲେଖ ରହିଛି। ଏହାପରେ ପୀଡ଼ିତାଙ୍କ ମାଆ ବୈଶିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଥିଲେ।
ପୁଲିସ ମାମଲା ରୁଜୁ କରି ଫରେନସିକ୍ ଟିମ୍ ସହାୟତାରେ ଘଟଣାସ୍ଥଳରୁ ପ୍ରମାଣ ସଂଗ୍ରହ କରୁଛି। ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରହିଥିବା ବେଳେ ସ୍ଥାନୀୟ ଲୋକ ଅଭିଯୁକ୍ତଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ନୂଆଦିଲ୍ଲୀ:Air Indiaରେ ଆହୁରି ପୁଞ୍ଜି ନିବେଶ କରିବା ପୂର...
ଭୁବନେଶ୍ୱର: ଓଡ଼ିଶାରେ ସ୍କ୍ରବ୍ ଟାଇଫସ୍‌କୁ ନେଇ ସ୍ୱ...
ପୁରୀ ଜିଲ୍ଲା ସାକ୍ଷୀଗୋପାଳ କମ୍ୟୁନିଟି ହେଲ୍ଥ ସେଣ୍ଟର (CH...
ଭୁବନେଶ୍ୱର:ହୃଦ୍ରୋଗ କିମ୍ବା ଷ୍ଟ୍ରୋକ୍ ପରେ ରୋଗୀଙ୍କ ଶାରୀ...
ନୂଆଦିଲ୍ଲୀ:ବିମାନ ଯାତ୍ରୀଙ୍କ ପାଇଁ ଆସିଛି ଚିନ୍ତାଜନକ ଖବର...
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ଜଣ୍ଡିସ ବା ହ...
ନୂଆଦିଲ୍ଲୀ:ଭାରତର ଏୟାରପୋର୍ଟ ଓ ବିମାନ ଭିତ୍ତିଭୂମି କ୍ଷେତ...
ନୂଆଦିଲ୍ଲୀ:କ୍ୟାରିୟରର ପ୍ରଥମ ପାହାଚ ଜୀବନର ଶେଷ ଗନ୍ତବ୍ୟ...