ମୟୂରଭଞ୍ଜ ଜିଲ୍ଲାରେ ଏକ ଅତ୍ୟନ୍ତ ହୃଦୟବିଦାରକ ଓ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।ଶରତ ଥାନା ଅନ୍ତର୍ଗତ ପୁରୁଣାପାଣି ଗାଁରେଜଣେ ବାପା ନିଜର୪ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କରିଥିବା ଅଭିଯୋଗହୋଇଛି।
ମୃତ ଶିଶୁର ନାମଦୁମ୍ବି ସିଂବୋଲି ଜଣାପଡ଼ିଛି।
ପ୍ରାଥମିକ ସୂଚନା ଅନୁଯାୟୀ, ଅଭିଯୁକ୍ତ ବାପାସୋହନ ସିଂକୌଣସି କାରଣରୁ ଉତ୍ତ୍ୟକ୍ତ ହୋଇ କଟୁରୀରେ ନିଜ ପୁଅ ଉପରେ ଆକ୍ରମଣ କରିଥିଲେ। ଗୁରୁତର ଆଘାତ ଲାଗିବାରୁ ଶିଶୁଟିରଘଟଣାସ୍ଥଳରେ ମୃତ୍ୟୁହୋଇଥିବା ଅଭିଯୋଗ ରହିଛି।
ଘଟଣା ପରେ ଅଭିଯୁକ୍ତ ଶିଶୁର ମୃତଦେହକୁ ଘର ଭିତରେ ରଖି କବାଟ ବନ୍ଦ କରି ଫେରାର ହୋଇଯାଇଥିବା ସୂଚନା ମିଳିଛି।
ଘଟଣା ସମ୍ପର୍କରେ ଖବର ପାଇଶରତ ଥାନା ପୋଲିସତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଶିଶୁର ମୃତଦେହକୁ ଜବତ କରିଛି। ଏହା ସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।
ଫେରାର ଅଭିଯୁକ୍ତସୋହନ ସିଂଙ୍କୁ ଗିରଫ କରିବା ପାଇଁପୋଲିସ ବ୍ୟାପକ ତଲାସି ଅଭିଯାନ ଚଳାଇଛି।
ଏହି ହତ୍ୟାକାଣ୍ଡ ପଛର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୋଲିସ ସମସ୍ତ ସମ୍ଭାବ୍ୟ ଦିଗକୁ ନେଇ ତଦନ୍ତ ଜାରି ରଖିଛି।
ଏହି ଅଭାବନୀୟ ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯିବା ସହ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...
ଲଗାଣ ବର୍ଷା ପରେ ବିହାରରେ ବନ୍ୟା ପରିସ୍ଥିତି ଆହୁରି ଗମ୍ଭୀ...
ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...
ପିତାମାତାଙ୍କ ସମ୍ପତ୍ତିକୁ ନେଇ ଚାଲିଥିବା ଏକ ବିବାଦରେ ସୁପ...
ଓଡ଼ିଶା ସମେତ ୫ଟି ରାଜ୍ୟର ରେଳ ଯୋଗାଯୋଗକୁ ଆହୁରି ମଜବୁତ କ...
ପ୍ରାୟ ୫ ବର୍ଷ ଧରି ଚାଲିଥିବା IDBI ବ୍ୟାଙ୍କର ଘରୋଇକରଣ ପ୍...