ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ଥାନା ଅଞ୍ଚଳରେ ଜଣେ ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ନିର୍ଯାତନା କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଘଟଣା ପରେ ପୀଡ଼ିତାଙ୍କୁ ପ୍ରଥମେ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ପରେ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ଅଭିଯୋଗ ଅନୁସାରେ, ଶିଶୁକନ୍ୟା ଘର ନିକଟରେ ଖେଳୁଥିବା ସମୟରେ ଗାଁର ଜଣେ ୧୨ ବର୍ଷର ନାବାଳକ ତାଙ୍କୁ ଫୁସୁଲାଇ ଏକ ନିର୍ଜନ ସ୍ଥାନକୁ ନେଇ ଯୌନ ନିର୍ଯାତନା କରିଥିବା ଅଭିଯୋଗ ହୋଇଛି।
ପରିବାର ଲୋକେ ଶିଶୁକନ୍ୟାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ନେଇଥିଲେ। ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗ ଆଧାରରେ ଡାବୁଗାଁ ଥାନାରେ ମାମଲା ରୁଜୁ କରାଯାଇଛି।
ପୁଲିସ ଘଟଣାରେ ସଂପୃକ୍ତ ୧୨ ବର୍ଷର ନାବାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରହିଛି।
ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ପରେ ଦୁଃଖ ସହିତ ଆରମ୍ଭ ହୁ...
ଟାଟା ମାଲିକାନାଧୀନJaguar Land Rover (JLR)ବ୍ରିଟେନ୍ରେ...
ମାରୁତି ସୁଜୁକି କାର୍ କିଣିବାକୁ ଯୋଜନା କରୁଥିବା ଗ୍ରାହକଙ୍...
ଗୁରୁଗ୍ରାମରDLF Primus ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟ କଡ...
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...
ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...