ଭୁବନେଶ୍ୱର: ତାମିଲନାଡୁରେ ଘଟିଥିବା ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ୧୧ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବାଧିକାର ଆୟୋଗ (NHRC) ମାମଲା ରୁଜୁ କରିଛି। କୋରାପୁଟର ଆଇନଜୀବୀ ଅନୁପ କୁମାର ପାତ୍ରଙ୍କ ଅଭିଯୋଗ ପରେ ଆୟୋଗ ଏହି ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରିଛି।
ଅଭିଯୋଗରେ କେନ୍ଦୁଝର ଜିଲ୍ଲାର ତେଲକୋଇ ଅଞ୍ଚଳର ରୀତା ଜୁଆଙ୍ଗଙ୍କ ସମେତ ଅନେକ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଉଲ୍ଲେଖ କରାଯାଇଛି। ସମ୍ପୃକ୍ତ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ କାରଖାନାରେ କାର୍ଯ୍ୟସ୍ଥଳ ସୁରକ୍ଷା ବ୍ୟବସ୍ଥାରେ ଗୁରୁତର ତ୍ରୁଟି ଥିବା ଅଭିଯୋଗ ମଧ୍ୟ ହୋଇଛି।
ଅଭିଯୋଗକୁ ଆଧାର କରି NHRC ତାମିଲନାଡୁର ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦ୍ଦେଶକଙ୍କୁ ଘଟଣା ସମ୍ପର୍କିତ ଏକ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ କହିଛି। ସେହିପରି ଘଟଣାର ତଦନ୍ତ କରୁଥିବା ଯୁଗ୍ମ କମିଟିର ରିପୋର୍ଟ ମଧ୍ୟ ଆୟୋଗକୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅଭିଯୋଗରେ ତିରୁଭାଲ୍ଲୁର ଜିଲ୍ଲାର ପେରିୟାପାଲାୟମ ଅଞ୍ଚଳରେ ଅବସ୍ଥିତ ‘ଏମ/ଏସ୍ ସେଣ୍ଟ ପିଟର ଆଣ୍ଡ ସିଫୁଡ୍ ଏକ୍ସପୋର୍ଟ ପ୍ରାଇଭେଟ୍ ଲିମିଟେଡ୍’ କାରଖାନା ପରିଚାଳନା ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
କାରଖାନାରେ ଶ୍ରମିକମାନଙ୍କୁ ଅସୁରକ୍ଷିତ ପରିବେଶରେ କାମ କରାଯାଉଥିବା ସହ ଶ୍ରମ ଆଇନ ଉଲ୍ଲଂଘନ କରି ଜଣେ ନାବାଳକଙ୍କୁ ବିପଜ୍ଜନକ କାମରେ ନିୟୋଜିତ କରାଯାଇଥିବା ମଧ୍ୟ ଅଭିଯୋଗରେ ଉଲ୍ଲେଖ ରହିଛି।
ଆଇନଜୀବୀ ଅନୁପ କୁମାର ପାତ୍ର ଆୟୋଗଙ୍କୁ ଅନୁରୋଧ କରିଛନ୍ତି ଯେ, ମୃତ ଶ୍ରମିକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ତାମିଲନାଡୁ ସରକାର ଓ କାରଖାନା ପରିଚାଳନାକୁ ନିର୍ଦ୍ଦେଶ ଦିଆଯାଉ। ଏହାସହ ଆହତ ଶ୍ରମିକଙ୍କ ଚିକିତ୍ସା ଖର୍ଚ୍ଚ ମଧ୍ୟ ବହନ କରିବାକୁ ଦାବି କରାଯାଇଛି।
ଉଲ୍ଲେଖଯୋଗ୍ୟ ଯେ, ତାମିଲନାଡୁର ଏହି ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ହେବା ଫଳରେ ୧୧ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ରାଜ୍ୟ ବାହାରେ କାର୍ଯ୍ୟରତ ପ୍ରବାସୀ ଶ୍ରମିକଙ୍କ ସୁରକ୍ଷାକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି।
ଏସିଆରେ ଚୀନ୍ ଓ ଜାପାନ ମଧ୍ୟରେ ସାମରିକ ତିକ୍ତତାକୁ ନେଇ ନୂ...
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...
ଚୀନରେ ପ୍ରକୃତିର ତାଣ୍ଡବ ଜାରି ରହିଛି। ଘୂର୍ଣ୍ଣିଝଡ଼ &lsq...
କନ୍ନଡ ଅଭିନେତା ଶିବ ରାଜକୁମାର ହିନ୍ଦୀକୁ ‘ଜାତୀୟ ଭ...
ମନି ଲଣ୍ଡରିଂ ମାମଲାକୁ ନେଇ ତୃଣମୂଳ କଂଗ୍ରେସର ରାଜ୍ୟସଭା ସ...
ମୁମ୍ବାଇ: ମହାରାଷ୍ଟ୍ରରେ ନବରାତ୍ରି ପୂର୍ବରୁ ଗର୍ବା ଓ ଡାଣ...
ତାମିଲନାଡୁ ରାଜନୀତିରେ ସିନେମା ଓ ରାଜନୀତିର ସମ୍ପର୍କ ନୂଆ...
ପ୍ୟାରିସର ପ୍ରସିଦ୍ଧଏଫିଲ୍ ଟାୱାରରେ BAPS ପ୍ରତିନିଧିମଣ୍ଡଳ...
ନେପାଳରେ ପ୍ରଳୟଙ୍କରୀ ବନ୍ୟାକୁ ୧୩ ଦିନ ବିତିଯାଇଥିଲେ ମଧ୍ୟ...
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...