ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ, ୬ ଦିବଙ୍ଗତ ନେତାଙ୍କ ପାଇଁ ଶୋକ ପ୍ରସ୍ତାବ

ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୬ ଜଣ ଦିବଙ୍ଗତ ନେତା ଏବଂ ନେପାଳ ବନ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗୃହରେ ଶୋକ ପ୍ରସ୍ତାବ ଗୃହୀତ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୨୨ରୁ ଅକ୍ଟୋବର ୩ ପର୍ଯ୍ୟନ୍ତ ଚାଲିବ।
Odisha Assembly monsoon session begins with obituary motion for six deceased leaders
Odisha Assembly monsoon session begins with obituary motion for six deceased leaders

ଭୁବନେଶ୍ୱର: ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ମଙ୍ଗଳବାର ଗୃହ କାର୍ଯ୍ୟ ଆରମ୍ଭ ପରେ ପ୍ରଥମେ ଦିବଙ୍ଗତ ନେତା ଏବଂ ନେପାଳରେ ବନ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଥିଲା।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ, ସୁଶାନ୍ତ ସିଂ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ସତ୍ୟଭୂଷଣ ସାହୁ, ରାମମୂର୍ତ୍ତି ଗମାଙ୍ଗୋ, ହାଜି ମହମ୍ମଦ ଆୟୁବ ଖାନ୍ ଏବଂ ଶିବାଜୀ ମାଝୀଙ୍କ ପାଇଁ ଶୋକ ପ୍ରସ୍ତାବ ଆଣିଥିଲେ। ବିରୋଧୀ ଦଳ ପକ୍ଷରୁ ମଧ୍ୟ ଏହି ପ୍ରସ୍ତାବକୁ ସମର୍ଥନ କରାଯାଇଥିଲା। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଦିବଙ୍ଗତ ନେତାମାନଙ୍କ ପ୍ରତି ଶୋକ ପ୍ରକାଶ କରିଥିଲେ। ପରେ ବାଚସ୍ପତି ଶୋକ ପ୍ରସ୍ତାବକୁ ଗୃହୀତ କରିଥିଲେ ଏବଂ ସମସ୍ତ ସଦସ୍ୟ ନୀରବ ପ୍ରାର୍ଥନା କରିଥିଲେ।

ଚଳିତ ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୨ରୁ ଅକ୍ଟୋବର ୩ ପର୍ଯ୍ୟନ୍ତ ଚାଲିବ। ମୋଟ ୯ଟି କାର୍ଯ୍ୟଦିବସ ରହିଛି। ବିଧାନସଭାର ଅଧିକାରିକ କାର୍ଯ୍ୟସୂଚୀରେ ମଧ୍ୟ ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ ପାଇଁ ଏହି ତାରିଖ ଦିଆଯାଇଛି।

ଅଧିବେଶନରେ ପ୍ରାୟ ୬ଟି ବିଲ୍ ଆସିବାର ସମ୍ଭାବନା ରହିଛି। ଏହା ସହ MMDR ସଂଶୋଧନ ଆଇନ, ସ୍କୁଲ୍ ପାଠ୍ୟପୁସ୍ତକରେ ତ୍ରୁଟି, ମହାନଦୀ ଜଳ ବିବାଦ, ବନ୍ୟା ପରିଚାଳନା, ଆଇନଶୃଙ୍ଖଳା ଏବଂ କୃଷି ସମସ୍ୟା ଭଳି ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

Breaking News
ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ
+