ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଉଚ୍ଚ ତାପମାତ୍ରା ଜନଜୀବନକୁ ପ୍ରଭାବିତ କରୁଥିବା ବେଳେ ସାଧାରଣ ଲୋକଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ସର୍ବୋଚ୍ଚ ପ୍ରାଥମ୍ୟ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ କରାଯାଇଛି।
ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଏହି ଶୁଣାଣି ସୋମବାର ସକାଳ ୭ଟାରୁ ଦୁପର ୧୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ୟୁନିଟ-୨ ଅଶୋକନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିଲା। ଏଥିପାଇଁ ଏପ୍ରିଲ ୨୨ ତାରିଖରୁ ଅନଲାଇନ ପଞ୍ଜିକରଣ ମଧ୍ୟ ଆରମ୍ଭ ହୋଇଥିଲା ଏବଂ ବହୁ ଲୋକ ନାମ ଲେଖାଇଥିଲେ।
କିନ୍ତୁ ତୀବ୍ର ଖରା ଓ ତାତିରେ ଜନସାଧାରଣଙ୍କ ଉପସ୍ଥିତି ସ୍ୱାସ୍ଥ୍ୟ ଜୋଖିମ ସୃଷ୍ଟି କରିପାରେ ବୋଲି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଲୋକଙ୍କ ସୁରକ୍ଷାକୁ ଆଗରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ପୁନଃନିର୍ଦ୍ଧାରିତ ତାରିଖ ଶୀଘ୍ର ଘୋଷଣା କରାଯିବ ବୋଲି ସୂଚନା ମିଳିଛି। ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହ ପରିସ୍ଥିତି ମଧ୍ୟରେ ସରକାରଙ୍କ ଏହି ପଦକ୍ଷେପକୁ ସାଧାରଣ ଲୋକ ସ୍ୱାଗତ କରିଛନ୍ତି।
ଆଗ୍ରାରେ ତାମିଲନାଡୁ ଏକ୍ସପ୍ରେସ୍ର ଏକ ଅନରିଜର୍ଭ୍ଡ କୋଚ୍ରୁ...
ମେଷ:ଏହି ସପ୍ତାହରେ କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିପାରେ।...
ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...
ଜିମ୍‌ରୁ ବାହାରିବା ପରେ ଚାରିଜଣ ସନ୍ଦିଗ୍ଧ ଆକ୍ରମଣକା...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
ସ୍ୱିଡେନ୍‌ର ମଧ୍ୟଭାଗରେ ଥିବା ଫାଗେର୍ଷ୍ଟା ସହରର ଏକ...
ମେଷ ଏହି ସପ୍ତାହରେ ମେଷ ରାଶିର ବ୍ୟକ୍ତିମାନେ କର୍ମକ୍ଷେ...
ନୂଆଦିଲ୍ଲୀ:ଭାରତୀୟ ବାୟୁସେନା (IAF) ନିଜର ପରିବହନ ବିମାନ...
କାନାଡାର ଏଡମଣ୍ଟନ୍‌ସ୍ଥିତ ଏକ ଶିଖ୍ ଗୁରୁଦ୍ୱାରରେ ଭୋ...