ଓଡ଼ିଶାରେ କୋଭିଡ୍-୧୯ ମାମଲାକୁ ନେଇ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୂତନ ସୂଚନା ଜାରି କରାଯାଇଛି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ରବୀନ୍ଦ୍ରନାଥ ମିଶ୍ର ଗୁରୁବାର ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହି ତିନି ଜଣଙ୍କ ମଧ୍ୟରୁ ଦୁଇ ଜଣ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଛନ୍ତି। ଅନ୍ୟ ଜଣେ ଚିକିତ୍ସା ପାଇଁ ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି। ତେବେ ସମସ୍ତ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ କୌଣସି ଗୁରୁତର ଲକ୍ଷଣ ଦେଖାଯାଇନାହିଁ।
ଡା. ମିଶ୍ର କହିଛନ୍ତି ଯେ, ରାଜ୍ୟରେ କୋଭିଡ୍ ସ୍ଥିତି ଏବେ ଗୁରୁତର ନୁହେଁ ଏବଂ ସାଧାରଣ ଲୋକଙ୍କ ଚିନ୍ତା କରିବାର କୌଣସି କାରଣ ନାହିଁ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଘଟଣା ଉପରେ ନଜର ରଖାଯାଉଛି ଏବଂ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି।
ସେ ଆହୁରି କହିଛନ୍ତି, “ଦୁଇ ଜଣ ବର୍ତ୍ତମାନ ଆଇସୋଲେସନରେ ଅଛନ୍ତି ଏବଂ ମେଡିକାଲରେ ଭର୍ତ୍ତି ଥିବା ବ୍ୟକ୍ତି ମଧ୍ୟ ସ୍ଥିର ଅବସ୍ଥାରେ ଅଛନ୍ତି। ସେମାନଙ୍କର ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ଷ୍ଟ୍ରୋକ୍ ଭଳି ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ରହିଛି।”
ଡା. ମିଶ୍ରଙ୍କ ମତାନୁସାରେ, ବର୍ତ୍ତମାନ କୋଭିଡ୍ ଏକ ସାଧାରଣ ସର୍ଦ୍ଦି-ଜ୍ୱର ଭଳି ହୋଇଯାଇଛି ଏବଂ ଏହାର ତୀବ୍ରତା ପୂର୍ବ ତୁଳନାରେ ଅନେକ କମିଯାଇଛି। ତେଣୁ ଅଯଥା ଆତଙ୍କିତ ନହୋଇ ସଚେତନ ରହିବାକୁ ସେ ପରାମର୍ଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଜୁଲାଇ ୨୨ ତାରିଖରେ ଗଞ୍ଜାମ ଜିଲ୍ଲାରେ ଜଣେ ବ୍ୟକ୍ତି କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ତାଙ୍କୁ ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ମଧ୍ୟ କୋଭିଡ୍ ମାମଲା ବୃଦ୍ଧି ପାଉଥିବାରୁ ଏହି ଘଟଣା ଗୁରୁତ୍ୱ ପାଇଛି।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରିସ୍ଥିତି ଉପରେ ଲଗାତାର ନଜର ରଖାଯାଉଛି ଏବଂ ଆବଶ୍ୟକ ପଡ଼ିଲେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ସୂଚନା ମିଳିଛି।
ଭୁବନେଶ୍ୱର: ଆଲୋକର ପର୍ବ ଦୀପାବଳିକୁ ଆଉ ଅଳ୍ପ ଦିନ ବାକି।...
ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ନଭେମ୍ବର ୫ ତାରିଖରେ ପରଦାକୁ...
ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ବ...
ନବରଙ୍ଗପୁର: ମଶାଣିରେ ଅମାନବୀୟ ଓ ଚାଞ୍ଚଲ୍ୟକର ଘଟଣା। ସମାଧ...
ନୂଆଦିଲ୍ଲୀ: ଏସିଆନ୍ ପାରା ଗେମ୍ସ ୨୦୨୬ରେ ଭାରତୀୟ ଖେଳାଳିମ...
ଏସିଆନ୍ ପାରା ଗେମ୍ସ ୨୦୨୬ରେ ଦେଶ ପାଇଁ ଗୌରବ ଆଣିଥିବା ଭାର...
ବଲିଉଡ୍‌ର ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାମାୟଣ:...
ଅଣ୍ଡର-୧୯ ଏସିଆ କପ୍‌ରେ ଆଜିଠାରୁ ଭାରତର ଅଭିଯାନ ଆରମ...