ଲଘୁଚାପ ଜନିତ ବର୍ଷା ଯୋଗୁଁ ଓଡ଼ିଶାର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କାଲି ରାତିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଟୁଇନ୍ ସିଟି ଭୁବନେଶ୍ୱର-କଟକ ସମେତ ପୁରୀର ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ଉପୁଜିଛି। ଅନେକ ରାସ୍ତାରେ ବର୍ଷା ପାଣି ଜମି ରହିଥିବାରୁ ଯାତାୟାତ ବ୍ୟବସ୍ଥା ମଧ୍ୟ ପ୍ରଭାବିତ ହୋଇଛି।
ବିଶେଷକରି ଶ୍ରୀକ୍ଷେତ୍ର ପୁରୀରେ ରଥଯାତ୍ରା ସମୟରେ ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ୭୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସହରର ବହୁ ସ୍ଥାନରେ ପାଣି ଜମି ରହିଥିବାରୁ ସାଧାରଣ ଲୋକ ଏବଂ ଶ୍ରଦ୍ଧାଳୁମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶା ସମେତ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇଯିବ ବୋଲି ଆକଳନ କରାଯାଇଛି।
ତେବେ ଏହି ଲଘୁଚାପର ପ୍ରଭାବ ଯୋଗୁଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ସତର୍କ ରହିବା ସହ ଆବଶ୍ୟକ ନଥିଲେ ପ୍ରବଳ ବର୍ଷା ସମୟରେ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
ଅନ୍ୟପଟେ, ଆସନ୍ତାକାଲିଠାରୁ ବର୍ଷାର ପ୍ରକୋପ ଧୀରେ ଧୀରେ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ତଥାପି ସ୍ଥାନୀୟ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।
ଉତ୍ତରପ୍ରଦେଶର ୪ଟି ସରକାରୀ ମେଡିକାଲ କଲେଜ୍‌ର MBBS...
କଟକ: କଟକ ସହରର ଜଳସମ୍ପଦକୁ ନେଇ ଚିନ୍ତା ବଢ଼ିଛି। ମହାନଦୀ...
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ (DUSU) ନିର୍ବାଚନ ୨୦୨...
ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକରେ ବିଦ୍ୟୁତ ବିଲ୍‌ ବକେୟ...
ପୁରୀର ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମନ୍ଦିର ଖୁବଶୀଘ୍ର ଭକ୍ତଙ୍...
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ (DUSU) ନିର୍ବାଚନ ୨୦୨...
ଓଡ଼ିଶାରେ ବାସହୀନ ପରିବାରଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନ...
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ପାଣିପାଗ ବିଭ...