ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣିଥରେ ପାଗ ବିଗିଡ଼ିବାକୁ ଯାଉଛି। ଆଗାମୀ୨୪ ଘଣ୍ଟାରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି କରାଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ବିଶେଷକରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜଭଳି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।
ପ୍ରବଳ ବର୍ଷା ସହ ରାଜ୍ୟର ଅନେକ ସ୍ଥାନରେବଜ୍ରପାତ ଓ ଘଡ଼ଘଡ଼ିହେବାର ମଧ୍ୟ ସମ୍ଭାବନା ରହିଛି।
ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହୋଇପାରେ।
ବଜ୍ରପାତର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବା ସହ ବଜ୍ରପାତ ସମୟରେ ଖୋଲା ସ୍ଥାନରେ ନରହିବାକୁ ପରାମର୍ଶ ଦିଆଯାଇଛି।
ଲଘୁଚାପ ପ୍ରଭାବରେ ରାଜ୍ୟର ପାଣିପାଗରେ ପରିବର୍ତ୍ତନ ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ଅନେକ ଅଞ୍ଚଳ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। ପ୍ରବଳ ବର୍ଷା ଓ ବଜ୍ରପାତ ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା...
ଲକ୍ଷ୍ନୌ:ଆଗାମୀ ଫିଲ୍ମ **‘ବଟୱାରା ୧୯୪୭’**କ...
ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ଦକ୍ଷତାର ପ...
ଅଗଷ୍ଟ ମାସରୁ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବ...
ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜି...
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ଦାୟିତ୍ୱ ମ...
ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧମା’ ତାରାତାରିଣୀ ପୀଠକୁ...
ରେଢ଼ାଖୋଲ:ରେଢ଼ାଖୋଲ ସଭାମଞ୍ଚରୁ ବିଜେଡି ସୁପ୍ରିମୋ ନବୀନ ପ...
ନୂଆଦିଲ୍ଲୀ: E20 ପେଟ୍ରୋଲକୁ ନେଇ ବିରୋଧୀ ଦଳ ନେତା ରାହୁଲ...