ବଙ୍ଗୋପସାଗରରେ ଶୁକ୍ରବାର ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଗୁରୁବାରଠାରୁ ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଗୁରୁବାର ସକାଳ ୮ଟା ୩୦ ପର୍ଯ୍ୟନ୍ତ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ରାଜ୍ୟର ଆଉ ୧୫ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଶୁକ୍ରବାର ପାଇଁ କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ବଳବତ୍ତର ରହିବ। ଏହାସହ ଆଉ ୧୦ଟି ଜିଲ୍ଲାରେ ୟେଲୋ ଆଲର୍ଟ ଜାରି ରହିବ। ପାଣିପାଗ ବିଭାଗ ଅନୁସାରେ, ଲଘୁଚାପର ପ୍ରଭାବରେ ଜୁଲାଇ ୬ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିପାରେ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ନବରଙ୍ଗପୁର, ବୌଦ୍ଧ, ଗଜପତି ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟ ଅତିପ୍ରବଳ ବର୍ଷା ହୋଇପାରେ।
ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ କଡ଼ା ପରାମର୍ଶ ଦେଇଛି। ନିମ୍ନାଞ୍ଚଳରେ ଜଳବନ୍ଦୀ, ସହରାଞ୍ଚଳରେ ଜଳଜମା ଓ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ପରିସ୍ଥିତି ସୃଷ୍ଟି ହୋଇପାରୁଥିବାରୁ ସତର୍କ ରହିବାକୁ ପ୍ରଶାସନ ପରାମର୍ଶ ଦେଇଛି।
ନୂଆଦିଲ୍ଲୀ:NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲାରେ କେନ...
ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...
ନୂଆଦିଲ୍ଲୀ:ଭାରତୀୟ ବାୟୁସେନା (IAF) ନିଜର ପରିବହନ ବିମାନ...
ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...
କୋରାପୁଟସ୍ଥିତ କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟ (CUO)ର...
ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପଆମେରିକାର ରାଜ୍ୟନ୍ୟୁ...
ସରକାରୀ ଚାକିରିର ସ୍ଥିରତା ଛାଡ଼ି ନିଜ ପିଲାଦିନର ସ୍ୱପ୍ନ ପ...
ତାମିଲନାଡୁର ଶାସକ ମେଣ୍ଟ ଏବେ ନିଜର ଏକ ସ୍ୱତନ୍ତ୍ର ରାଜନୈତ...
ଶିରୋମଣି ଅକାଳୀ ଦଳ (ପୁନର ସୁରଜିତ) ବିଜେପି ସହ ମେଣ୍ଟକୁ ନ...
ହର୍ମୁଜ୍ ପ୍ରଣାଳୀକୁ ନେଇ ଆମେରିକା ଓ ଇରାନ ମଧ୍ୟରେ ତିକ୍ତତ...