ଚଳିତ ଖରିଫ ଋତୁ ୨୦୨୬-୨୭ ପାଇଁ ଓଡ଼ିଶାରେ ଧାନ ବିକ୍ରି ନିମନ୍ତେ ଚାଷୀ ପଞ୍ଜୀକରଣ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଚଳିତବର୍ଷ ମୋଟ ୨୨ ଲକ୍ଷ ୨୮ ହଜାର ଚାଷୀ ଧାନ ବିକ୍ରି ପାଇଁ ସଫଳତାର ସହ ପଞ୍ଜୀକରଣ କରିଛନ୍ତି।
ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବା ଅନୁସାରେ, ଗତବର୍ଷ ଧାନ ବିକ୍ରି ପାଇଁ ୧୯ ଲକ୍ଷ ୬୭ ହଜାର ଚାଷୀ ପଞ୍ଜୀକରଣ କରିଥିଲେ। ଏଥର ଏହି ସଂଖ୍ୟା ୨ ଲକ୍ଷ ୬୧ ହଜାରରୁ ଅଧିକ ବଢ଼ିଛି।
ଅଦିନିଆ ପ୍ରବଳ ବର୍ଷା ଯୋଗୁଁ ଅନେକ ଚାଷୀ ନିର୍ଦ୍ଧାରିତ ଅଗଷ୍ଟ ୩୧ ତାରିଖ ସୁଦ୍ଧା ପଞ୍ଜୀକରଣ କରିପାରିନଥିଲେ। ଚାଷୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ପଞ୍ଜୀକରଣ ଅବଧିକୁ ସେପ୍ଟେମ୍ବର ୭ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଥିଲା। ଏବେ ପଞ୍ଜୀକରଣ ପ୍ରକ୍ରିୟା ଶେଷ ହୋଇଛି।
ମନ୍ତ୍ରୀ କହିଛନ୍ତି ଯେ, ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱ ଏବଂ ସରକାରଙ୍କ କୃଷକ କଲ୍ୟାଣକାରୀ ନୀତି ପ୍ରତି ଚାଷୀଙ୍କ ଭରସାର ପ୍ରତିଫଳନ।
ସେହିପରି ଚାଷୀଙ୍କୁ ଉଚିତ ମୂଲ୍ୟ ପ୍ରଦାନ, ସ୍ୱଚ୍ଛ ଧାନ କ୍ରୟ ବ୍ୟବସ୍ଥା ଏବଂ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଟଙ୍କା ପଠାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମନ୍ତ୍ରୀ କହିଛନ୍ତି।
ମନ୍ତ୍ରୀ ସମସ୍ତ ପଞ୍ଜୀକୃତ ଯୋଗ୍ୟ ଚାଷୀଙ୍କୁ ଆଶ୍ୱାସନା ଦେଇ କହିଛନ୍ତି ଯେ, ସରକାର ସମସ୍ତ ଯୋଗ୍ୟ ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣିବ। କୌଣସି ଯୋଗ୍ୟ ଚାଷୀ ଧାନ ବିକ୍ରିରୁ ବଞ୍ଚିତ ହେବେ ନାହିଁ।
ହଲିଉଡ୍ର ଲୋକପ୍ରିୟ ସାଇ-ଫାଇ ସିରିଜ୍ **‘Silo&rsqu...
ଭାରତ ଓ ବାଂଲାଦେଶ ମଧ୍ୟରେ ଯାତ୍ରୀଙ୍କ ପାଇଁ ଆସିପାରେ ବଡ଼...
ଅଭିନେତ୍ରୀମାହି ବିଜଶେଷରେBigg Bossଘରେ ପ୍ରବେଶ କରିଛନ୍ତି...
୮ମ ବେତନ କମିସନକୁ ନେଇ କେନ୍ଦ୍ରୀୟ କର୍ମଚାରୀ ଓ ପେନସନଭୋଗୀ...
ଆମେରିକା ଓ କାନାଡା ମଧ୍ୟରେ ଚାଲିଥିବାଟାରିଫ୍ ଯୁଦ୍ଧଏବେ ଏର...
ଆସାମରେ ମଙ୍ଗଳବାର ସକାଳେ ଭୂମିକମ୍ପର ଝଟକା ଲାଗିଛି। ସକାଳ...
ଘରୋଇ LPG ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି।ଘରୋଇ LPG refi...
‘Taali’ ସିରିଜ୍ରେ ଟ୍ରାନ୍ସଜେଣ୍ଡର ଆକ୍ଟିଭି...
ଆମେରିକାରେ ଚାକିରି କରିବା ସହିତ ନିଜ ପ୍ରତିଭାକୁ side bus...
ଦୁଇ ଦଶନ୍ଧି ପୂର୍ବରୁ ଆରମ୍ଭ ହୋଇଥିବାBigg Bossଭାରତର ସବୁ...
ଭାରତର ହାଇ-ସ୍ପିଡ୍ ରେଳ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ।...
ଭାରତୀୟ ଅର୍ଥନୀତି ପାଇଁ ଆସିଛି ଭଲ ଖବର।୨୦୨୬-୨୭ ଆର୍ଥିକ ବ...