Heavy rain to continue across Odisha with red and orange weather warnings

ଓଡ଼ିଶାରେ ଆହୁରି ୭ ଦିନ ବର୍ଷା; ୫ ଜିଲ୍ଲାକୁ ରେଡ୍‌, ଅନେକ ଜିଲ୍ଲାକୁ ଅରେଞ୍ଜ୍‌ ଚେତାବନୀ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆହୁରି ପ୍ରାୟ ୭ ଦିନ ବର୍ଷା ଜାରି ରହିବ। କଟକ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଓ ନବରଙ୍ଗପୁରକୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନେକ ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଦିଆଯାଇଛି।

ଭୁବନେଶ୍ୱର:ଓଡ଼ିଶାରେ ବର୍ଷାର ପ୍ରକୋପ ଆହୁରି କିଛି ଦିନ ଜାରି ରହିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଭାରୀରୁ ଅତିଭାରୀ ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତା ପ୍ରାୟ ୭ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ରାଜ୍ୟରକଟକ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଓ ନବରଙ୍ଗପୁରଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଭାରୀରୁ ଅତିଭାରୀ ବର୍ଷା ହୋଇପାରେ।

ସେହିପରି ଉପକୂଳ ଓ ଉତ୍ତର ଓଡ଼ିଶା ସମେତସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୟାଗଡ଼ ଓ ରାୟଗଡ଼ାଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟାରେସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧଜିଲ୍ଲାରେ ଭାରୀରୁ ଅତିଭାରୀ ବର୍ଷା ହୋଇପାରେ। ଏଥିପାଇଁ ଜିଲ୍ଲା ପ୍ରଶାସନଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ବଙ୍ଗୋପସାଗରରେ ପାଣିପାଗ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମେତ ପଶ୍ଚିମବଙ୍ଗ, ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଘଣ୍ଟାପ୍ରତି୪୦ରୁ ୫୦ କିଲୋମିଟର ବେଗରେ ପବନବହିପାରେ। ଓଡ଼ିଶା ଉପକୂଳର ବନ୍ଦରଗୁଡ଼ିକରେ ୩ ନମ୍ବର ବିପଦ ସଙ୍କେତ ମଧ୍ୟ ଜାରି କରାଯାଇଛି।

ମାସ ଶେଷରେ ଆଉ ଏକ ପାଣିପାଗ ପ୍ରଣାଳୀ

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ମାସ ଶେଷ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।ଅଗଷ୍ଟ ୨୪ରୁ ୨୬ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନଦୀଗୁଡ଼ିକର ଉପରମୁଣ୍ଡ ଅଞ୍ଚଳରେ ଭାରୀରୁ ଅତିଭାରୀ ବର୍ଷା ହୋଇପାରେ।

ସେହିପରିଅଗଷ୍ଟ ୨୭ ଓ ୨୮ତାରିଖରେ ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀରରେ ବର୍ଷା ହେବାର ସମ୍ଭାବନା ରହିଛି।

ଏହାପରେଅଗଷ୍ଟ ୨୯-୩୦ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ମଧ୍ୟରେ ଲଘୁଚାପର ରୂପ ନେଇପାରେ।

ତେଣୁ ଆସନ୍ତା କିଛି ଦିନ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବା ସହ ନଦୀ ଓ ତଳିଆ ଅଞ୍ଚଳର ସ୍ଥିତି ଉପରେ ନଜର ରଖିବାକୁ ପ୍ରଶାସନକୁ ସତର୍କ କରାଯାଇଛି।

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+