ସମ୍ବଲପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଛାତ୍ର ସଂସଦ ନିର୍ବାଚନ ନେଇ ବଡ଼ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଏହା କେବଳ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ନେଇ ନୁହେଁ। ଓଡ଼ିଶାର ସମସ୍ତ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂଘ ନିର୍ବାଚନ ଆୟୋଜନ ନେଇ ଆଲୋଚନା ହୋଇଛି।
ସମ୍ପୃକ୍ତ ବିଭାଗ ଓ ଅଧିକାରୀମାନଙ୍କ ସହ ଏନେଇ ଆଲୋଚନା ସରିଥିବା ବେଳେ ଉପଯୁକ୍ତ ସମୟରେ ସରକାର ଘୋଷଣା କରିବେ ବୋଲି ମନ୍ତ୍ରୀ କହିଛନ୍ତି।
ମନ୍ତ୍ରୀଙ୍କ ଏହି ବୟାନ ପରେ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପୁଣି ଫେରିବା ନେଇ ଚର୍ଚ୍ଚା ବଢ଼ିଛି। ତେବେ ଏପର୍ଯ୍ୟନ୍ତ ନିର୍ବାଚନର ନିର୍ଦ୍ଦିଷ୍ଟ ତାରିଖ କିମ୍ବା ସମୟସୂଚୀ ସରକାରଙ୍କ ପକ୍ଷରୁ ଘୋଷଣା ହୋଇନାହିଁ।
ମନ୍ତ୍ରୀଙ୍କ କହିବା ଅନୁସାରେ, ସମ୍ପୃକ୍ତ ଅଧିକାରୀ ଓ ବିଭାଗ ସହ ଆବଶ୍ୟକ ପରାମର୍ଶ ପରେ ଉପଯୁକ୍ତ ସମୟରେ ଏନେଇ ଚୂଡ଼ାନ୍ତ ଘୋଷଣା କରାଯିବ।
ଛାତ୍ର ସଂଘ ନିର୍ବାଚନ ହେଲେ ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣି ଛାତ୍ର ରାଜନୀତି ସକ୍ରିୟ ହେବାର ସମ୍ଭାବନା ରହିଛି।
କୋରାପୁଟସ୍ଥିତ କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟ (CUO)ର...
ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...
ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...
ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...
ନୂଆଦିଲ୍ଲୀ:ଭାରତୀୟ ବାୟୁସେନା (IAF) ନିଜର ପରିବହନ ବିମାନ...
ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...
ସରକାରୀ ଚାକିରିର ସ୍ଥିରତା ଛାଡ଼ି ନିଜ ପିଲାଦିନର ସ୍ୱପ୍ନ ପ...
ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...
ନୂଆଦିଲ୍ଲୀ:NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲାରେ କେନ...
ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...