ଓଡ଼ିଶାରେ ଆସନ୍ତା ପାଞ୍ଚ ଦିନ ଧରି ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ବର୍ଷା ଓ ପ୍ରବଳ ପବନ ବହିବାର ସମ୍ଭାବନା ଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଜୁନ୍ ୨ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବଜ୍ରପାତ ସହ ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ଦେବଗଡ଼, କୋରାପୁଟ, ମାଲକାନଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଅଞ୍ଚଳଗୁଡ଼ିକରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବର୍ଷା ହେବାର ସମ୍ଭାବନା ରହିଛି।
ଜୁନ୍ ୨ରୁ ୩ ତାରିଖ ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିବ। ଅନ୍ୟପଟେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ପାଗ ଅନୁଭୂତ ହୋଇପାରେ।
ଜୁନ୍ ୩ରୁ ୫ ତାରିଖ ମଧ୍ୟରେ ଉତ୍ତର, ମଧ୍ୟ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ଜାରି ରହିବ। କେନ୍ଦୁଝର ଓ ମୟୂରଭଞ୍ଜରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଜୁନ୍ ୫ରୁ ୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। କୋରାପୁଟ ଓ ମାଲକାନଗିରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଭାଗ ଲୋକଙ୍କୁ ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବା, ଗଛ ତଳେ ଆଶ୍ରୟ ନ ନେବା ଏବଂ ପ୍ରବଳ ପବନ ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି।
ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...
ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...
ହର୍ମୁଜ୍ ପ୍ରଣାଳୀରେ ନୌଚଳାଚଳର ସ୍ୱାଧୀନତାକୁ ସମର୍ଥନ କରିବ...
ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...
ଇରାନର ଦକ୍ଷିଣ ଅଞ୍ଚଳର କୁହେସ୍ତାକ ସହରରେ ମଙ୍ଗଳବାର ଏକ ବି...
ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...
ୟୁକ୍ରେନକୁ ସାମରିକ ସହାୟତା ଦେବା ପାଇଁ ଗୋଳାବାରୁଦ କିଣିବା...
ରୁଷିଆର ସାରାତୋଭ ଅଞ୍ଚଳର ଏଙ୍ଗେଲ୍ସ ସହରରେ ଜଣେ ସେନା ଅଧିକ...