ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାକୁ ଦୃଷ୍ଟିରେ ରଖି ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ଚିକିତ୍ସା ବ୍ୟବସ୍ଥା କରାଯାଇଛି। ଲକ୍ଷାଧିକ ଭକ୍ତଙ୍କୁ ଜରୁରୀ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ପୁରୀରେ ସମସ୍ତ ପ୍ରସ୍ତୁତି ସରିଛି।
ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ ବିଲ୍ଡିଂରେ ୧୫୦ଟି ବେଡ୍ ଏବଂ TBIT ବିଲ୍ଡିଂରେ ୮୦ଟି ବେଡ୍ ସହ ପ୍ରାୟ ୨୭୦ଟି ବେଡ୍ ପ୍ରସ୍ତୁତ ରଖାଯାଇଛି। ଯେକୌଣସି ଜରୁରୀ ପରିସ୍ଥିତିରେ ଭକ୍ତମାନଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇବା ପାଇଁ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରାଯାଇଛି।
ସ୍ୱାସ୍ଥ୍ୟସେବା ପାଇଁ ୨୭୦ ଜଣ ଡାକ୍ତର, ୨୦୦ରୁ ଅଧିକ ପାରାମେଡିକାଲ କର୍ମଚାରୀ ଓ ନର୍ସଙ୍କୁ ନିୟୋଜିତ କରାଯାଇଛି। ଏହାସହ ୨୫୦ ୟୁନିଟ୍ ରକ୍ତ ସଂରକ୍ଷିତ ରଖାଯାଇଛି, ଯାହା ଜରୁରୀ ପରିସ୍ଥିତିରେ ରୋଗୀଙ୍କ ପାଇଁ ଉପଲବ୍ଧ ହେବ।
ଭକ୍ତମାନଙ୍କ ସୁବିଧା ପାଇଁ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ୮ଟି ଅସ୍ଥାୟୀ ମେଡିକାଲ କ୍ୟାମ୍ପ ସ୍ଥାପନ କରାଯାଇଛି। ଏଠାରେ ପ୍ରାଥମିକ ଚିକିତ୍ସା ସହ ଜରୁରୀ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ରହିବ।
ଏହାସହ ଗୁରୁତର ରୋଗୀଙ୍କୁ ଶୀଘ୍ର ହସ୍ପିଟାଲ ପହଞ୍ଚାଇବା ପାଇଁ ୪୬ଟି ସରକାରୀ ଆମ୍ବୁଲାନ୍ସକୁ ୨୪ ଘଣ୍ଟା ପ୍ରସ୍ତୁତ ରଖାଯାଇଛି।
ପୁରୀ ସିଡିଏମଓଙ୍କ ସୂଚନା ଅନୁସାରେ, ରଥଯାତ୍ରା ସମୟରେ ଭକ୍ତଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ, ସ୍ୱାସ୍ଥ୍ୟ ସଚିବ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ସମଗ୍ର ବ୍ୟବସ୍ଥା ଉପରେ ନିରନ୍ତର ନଜର ରଖୁଛନ୍ତି।
ରଥଯାତ୍ରାରେ ଯୋଗଦେଉଥିବା ଲକ୍ଷାଧିକ ଶ୍ରଦ୍ଧାଳୁଙ୍କୁ ସୁରକ୍ଷିତ, ସୁବିଧାଜନକ ଓ ନିର୍ବିଘ୍ନ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ପ୍ରଶାସନ ପୂର୍ଣ୍ଣ ପ୍ରସ୍ତୁତ ରହିଛି।
ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...
ନୂଆଦିଲ୍ଲୀ:ଭାରତୀୟ ବାୟୁସେନା (IAF) ନିଜର ପରିବହନ ବିମାନ...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...
ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...
ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...
ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...
ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...
ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...