ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର (ସୋନପୁର) ଜିଲ୍ଲାରେ ଜନଜୀବନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା କାରଣରୁ ସୋନପୁର ସହରର ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟାଜଳ ବହୁ ଘରେ ପ୍ରବେଶ କରିଥିବାରୁ ସ୍ଥାନୀୟ ଲୋକେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଗୋଖନେଶ୍ୱର ପଡ଼ା ଦେଇ ଅମ୍ବେଦକର ଛକରୁ ବ୍ଲକ ଛକକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା। ଏହି ରାସ୍ତା ଉପରେ ପ୍ରାୟ ଚାରି ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ପାଦଚାରୀ ଓ ଯାନବାହନ ଚଳାଚଳରେ ଗୁରୁତର ସମସ୍ୟା ଦେଖାଦେଇଛି।
ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବ୍ଲକ ବିକାଶ ଅଧିକାରୀ (ବିଡିଓ) ଓ ଅନ୍ୟ ଅଧିକାରୀମାନଙ୍କୁ ନେଇ ଟିମ୍ ଗଠନ କରାଯାଇଛି। ବିଭିନ୍ନ ସ୍ଥାନରୁ ଜମି ରହିଥିବା ପାଣି ନିଷ୍କାସନ କରିବା ସହ ପରିସ୍ଥିତି ସ୍ୱାଭାବିକ କରିବାକୁ ପଦକ୍ଷେପ ନିଆଯାଉଛି।
ବନ୍ୟାଜଳ ନିଷ୍କାସନ ପାଇଁ ଅଗ୍ନିଶମ ବାହିନୀର କର୍ମଚାରୀମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ପମ୍ପ ମାଧ୍ୟମରେ ବିଭିନ୍ନ ଅଞ୍ଚଳରୁ ପାଣି ବାହାର କରିବା କାର୍ଯ୍ୟ ଚାଲିଛି।
ସୋନପୁର ଜିଲ୍ଲାପାଳ ନୃପରାଜ ସାହୁ କହିଛନ୍ତି ଯେ, ଗତ ଏକ ସପ୍ତାହ ଧରି ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଅଗ୍ନିଶମ ବାହିନୀ ଓ ଜିଲ୍ଲା ପ୍ରଶାସନ ସହ ମିଶି ସେ ନିଜେ ପରିସ୍ଥିତିର ତଦାରଖ କରୁଛନ୍ତି ଏବଂ ଯଥାଶୀଘ୍ର ଜଳ ନିଷ୍କାସନ କରି ସ୍ୱାଭାବିକ ସ୍ଥିତି ଫେରାଇ ଆଣିବାକୁ ପ୍ରୟାସ ଜାରି ରହିଛି।
ସହରର ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ସଡ଼କ ସଂଯୋଗ ବ୍ୟାହତ ହୋଇଛି। ପ୍ରତିବର୍ଷ ବର୍ଷା ଦିନରେ ଏଭଳି ସମସ୍ୟା ଦେଖାଦେଉଥିବାରୁ ସ୍ଥାନୀୟ ଲୋକେ ସ୍ଥାୟୀ ଜଳ ନିଷ୍କାସନ ବ୍ୟବସ୍ଥା ପାଇଁ ପ୍ରଶାସନଙ୍କ ହସ୍ତକ୍ଷେପ ଦାବି କରିଛନ୍ତି। ଏପଟେ ପରିସ୍ଥିତି ସ୍ୱାଭାବିକ ନହେବା ପର୍ଯ୍ୟନ୍ତ ଜଳମଗ୍ନ ରାସ୍ତାରେ ଯାତାୟାତ ନ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳିଏସ୍. ବଦ୍ରିନାଥଭ...
ହର୍ମୁଜ୍ ପ୍ରଣାଳୀକୁ ନେଇ ଆମେରିକା ଓ ଇରାନ ମଧ୍ୟରେ ତିକ୍ତତ...
ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଏବେ ଦଳର ଚୟନ କମିଟି ଏ...
ନେପାଳରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର Bhotekoshi ବନ୍ୟା...
ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...
ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପଆମେରିକାର ରାଜ୍ୟନ୍ୟୁ...
ନ୍ୟୁୟର୍କ: ୟୁଏସ୍‌ ଓପନ୍‌ରେ ଭାରତୀୟ ଟେନିସ୍&z...
ନେପାଳର ଉତ୍ତର ଅଞ୍ଚଳରେ ଘଟିଥିବା ଭୟଙ୍କର ବନ୍ୟା ଓ ଭୂସ୍ଖଳ...
ନ୍ୟୁୟର୍କ: US Open 2026 ଦ୍ୱିତୀୟ ସପ୍ତାହରେ ପହଞ୍ଚିଛି।...