Series of accidents on NH-55 in Angul leaves two critically injured

ଅନୁଗୁଳ ଏନଏଚ-୫୫ରେ ସିରିଜ ଦୁର୍ଘଟଣା, ଦୁଇ ଗୁରୁତର

ଅନୁଗୁଳ ଜିଲ୍ଲାର ଏନଏଚ-୫୫ରେ ପରପରି ଦୁଇଟି ଦୁର୍ଘଟଣାରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।

ଅନୁଗୁଳ ଜିଲ୍ଲାର ହଣ୍ଡପା ଥାନା ଅଧୀନ ରାଣୀଭୁଇଁ ସ୍କୁଲ ନିକଟ ଜାତୀୟ ରାଜପଥ-୫୫ରେ ପରପରି ଦୁଇଟି ସଡ଼କ ଦୁର୍ଘଟଣା ଘଟି ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ଅଞ୍ଚଳରେ ଭୟ ଓ ଉତ୍ତେଜନା ସୃଷ୍ଟି କରିଛି।

ପ୍ରଥମ ଘଟଣାରେ ଏକ ହାଇଭା ଟ୍ରକ୍ ନିୟନ୍ତ୍ରଣ ହରାଇ ଡିଭାଇଡରକୁ ଧକ୍କା ଦେଇ ସେତୁ ଉପରେ ଝୁଲି ରହିଥିଲା। ଏଥିରେ ଚାଳକ ଗୁରୁତର ଆହତ ହୋଇ ଚିକିତ୍ସାଳୟକୁ ପଠାଯାଇଥିଲେ।

ଏହି ଘଟଣା ପରେ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ଭିଡ଼ କରିଥିବା ବେଳେ ଆଉ ଏକ ଦୁର୍ଘଟଣା ଘଟିଥିଲା। ଅନୁଗୁଳ ପଟୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରେଲର ଘଟଣାସ୍ଥଳ ନିକଟରେ ଥିବା ଜଣେ ଯୁବକଙ୍କୁ ଧକ୍କା ଦେଇଥିଲା। ସେ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।

ଦ୍ୱିତୀୟ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ବଢ଼ିଥିଲା ଏବଂ ଲୋକମାନେ ଟ୍ରେଲର ଚାଳକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପରେ ପୋଲିସ ପହଞ୍ଚି ଚାଳକଙ୍କୁ ଉଦ୍ଧାର କରିଥିଲା।

ଏହି ଘଟଣା ପୁନର୍ବାର ଜାତୀୟ ରାଜପଥରେ ସଡ଼କ ସୁରକ୍ଷା, ବେଗ ନିୟନ୍ତ୍ରଣ ଓ ସତର୍କତା ନେଇ ପ୍ରଶ୍ନ ଉଠାଇଛି।

Breaking News
କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍ କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍
+