Supreme Court rules that murder conviction is possible even if the victim's body is not recovered.

ଶବ ନମିଳିଲେ ବି ହେବ ହତ୍ୟା ମାମଲାରେ ସଜ୍ଜା: ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

ହତ୍ୟା ମାମଲାରେ ମୃତଦେହ ଉଦ୍ଧାର ହେବା ଦୋଷୀ ସାବ୍ୟସ୍ତ ପାଇଁ ଅନିବାର୍ଯ୍ୟ ନୁହେଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ବିଶ୍ୱସନୀୟ ଏବଂ ବଳିଷ୍ଠ ପ୍ରମାଣ ଥିଲେ ଶବ ନମିଳିଲେ ମଧ୍ୟ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇପାରିବ ବୋଲି କୋର୍ଟ ରାୟ ଦେଇଛନ୍ତି। ଆସାମର ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡକୁ କାଏମ ରଖି ଏହି ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ କରିଛନ୍ତି ସୁପ୍ରିମକୋର୍ଟ।

ହତ୍ୟା ମାମଲାରେ ମୃତଦେହ ନମିଳିଲେ ମଧ୍ୟ ବିଶ୍ୱସନୀୟ ପ୍ରମାଣ ଆଧାରରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇପାରିବ। ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଶୁକ୍ରବାର ସୁପ୍ରିମକୋର୍ଟ ଏହା ସ୍ପଷ୍ଟ କରିଛନ୍ତି। କୋର୍ଟ କହିଛନ୍ତି, "ଶବ ନମିଳିବା ମାନେ ଏହା ନୁହେଁ ଯେ ହତ୍ୟାକାଣ୍ଡ ଘଟିନାହିଁ।"

ଜଷ୍ଟିସ୍ ସଞ୍ଜୟ କରୋଲ ଓ ଜଷ୍ଟିସ୍ ପ୍ରସନ୍ନ ବି. ବରାଲେଙ୍କ ଖଣ୍ଡପୀଠ ଆସାମର ଏକ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ମିଳିଥିବା ଆଜୀବନ କାରାଦଣ୍ଡାଦେଶକୁ କାଏମ ରଖି ଏହି ରାୟ ଶୁଣାଇଛନ୍ତି। କୋର୍ଟ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ଶବ ମିଳିବାକୁ ହତ୍ୟା ମାମଲାରେ ଅନିବାର୍ଯ୍ୟ ବୋଲି ଧରାଯାଏ, ତେବେ ଚତୁରତାର ସହ ଶବକୁ ଗାଏବ କରିଦେଉଥିବା ଅପରାଧୀମାନେ ସହଜରେ ଆଇନରୁ ଖସିଯିବେ।

ମାମଲାଟି ଆସାମର ଦେବଜିତ ପାଙ୍କିକା ନାମକ ଜଣେ ବ୍ୟକ୍ତିଙ୍କ ସହ ଜଡ଼ିତ। ତାଙ୍କ ବିରୋଧରେ ୨୦୧୫ ମସିହାରେ ଘରେ ରହୁଥିବା ୧୦ ବର୍ଷୀୟା ପୋଷ୍ୟ କନ୍ୟାଙ୍କୁ ହତ୍ୟା କରି ମୃତଦେହକୁ ନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ରହିଥିଲା। ଘଟଣା ପରେ ପୋଲିସ ଦୀର୍ଘ ଖୋଜାଖୋଜି କରିଥିଲେ ମଧ୍ୟ ମୃତଦେହ ଉଦ୍ଧାର କରିପାରିନଥିଲା।

ରାୟ ଶୁଣାଇ ସୁପ୍ରିମକୋର୍ଟ କହିଛନ୍ତି ଯେ, 'କର୍ପସ ଡେଲିକ୍ଟି' (Corpus Delicti)ର ଅର୍ଥ ହେଉଛି ଅପରାଧ ଘଟିଥିବାର ପ୍ରମାଣ ଉପସ୍ଥିତ ରହିବା, ମୃତଦେହ ମିଳିବା ନୁହେଁ। ଯଦି ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ପ୍ରମାଣ, ପରିସ୍ଥିତିଜନିତ ସାକ୍ଷ୍ୟ ଏବଂ ବିଶ୍ୱସନୀୟ ସାକ୍ଷୀଙ୍କ ବୟାନ ରହିଛି, ତେବେ ମୃତଦେହ ନମିଳିଲେ ମଧ୍ୟ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇପାରିବ।

ଏହି ମାମଲାରେ ଅଭିଯୁକ୍ତ ଜଣକ ନାବାଳିକାଙ୍କ ନିଖୋଜ ହେବାର ୨୨ ଦିନ ପର୍ଯ୍ୟନ୍ତ କୌଣସି ସନ୍ତୋଷଜନକ ସ୍ପଷ୍ଟୀକରଣ ଦେଇପାରିନଥିଲେ। ସେହିପରି ଜଣେ ପ୍ରତ୍ୟକ୍ଷ ସାକ୍ଷୀଙ୍କ ବୟାନରୁ ଜଣାପଡ଼ିଥିଲା ଯେ, ଅଭିଯୁକ୍ତ ଛୁରୀ ଦେଖାଇ ତାଙ୍କୁ ମୃତଦେହକୁ ବସ୍ତାରେ ଭରି ସାଇକେଲରେ ନଦୀ ପର୍ଯ୍ୟନ୍ତ ନେବାକୁ ବାଧ୍ୟ କରିଥିଲେ। ଏହି ସମସ୍ତ ପ୍ରମାଣକୁ ଆଧାର କରି ସୁପ୍ରିମକୋର୍ଟ ଆଜୀବନ କାରାଦଣ୍ଡାଦେଶକୁ କାଏମ ରଖିଛନ୍ତି।

ସୁପ୍ରିମକୋର୍ଟଙ୍କ ଏହି ରାୟ ହତ୍ୟା ମାମଲାରେ ପ୍ରମାଣର ଗୁରୁତ୍ୱକୁ ଅଧିକ ସୁଦୃଢ଼ କରିବା ସହ ଶବ ଗାଏବ କରି ଆଇନରୁ ଖସିଯିବାର ପ୍ରବୃତ୍ତି ଉପରେ ରୋକ୍ ଲଗାଇବ ବୋଲି ଆଇନ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।

Latest News
ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ ଅଧିକ ଘର କ୍ଷତିଗ୍ରସ୍ତ

ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ...

ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...

NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲା: NTA ବିଶେଷଜ୍ଞଙ୍କ ସମେତ ୧୩ ଜଣଙ୍କ ବିରୋଧରେ CBI ଚାର୍ଜସିଟ୍

NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲା: NTA...

ନୂଆଦିଲ୍ଲୀ:NEET-UG 2026 ପ୍ରଶ୍ନପତ୍ର ଲିକ୍ ମାମଲାରେ କେନ...

IAFର ବଡ଼ ଆଧୁନିକୀକରଣ ଯୋଜନା: ୬୦ଟି ନୂଆ ପରିବହନ ବିମାନ କିଣିବ, ପ୍ରକଳ୍ପ ମୂଲ୍ୟ ପ୍ରାୟ ୧ ଲକ୍ଷ କୋଟି ଟଙ୍କା.

IAFର ବଡ଼ ଆଧୁନିକୀକରଣ ଯୋଜନା: ୬୦ଟି ନୂଆ...

ନୂଆଦିଲ୍ଲୀ:ଭାରତୀୟ ବାୟୁସେନା (IAF) ନିଜର ପରିବହନ ବିମାନ...

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି; ମୃତାହତଙ୍କ ସମ୍ପର୍କରେ ବି ଅଜଣା ଅନେକ ତଥ୍ୟ

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି;...

ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...

କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ଦାୟିତ୍ୱ ନେଲେ ଡ. ଅଜିତ କୁମାର ଶାସାନୀ

କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ...

କୋରାପୁଟସ୍ଥିତ କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟ (CUO)ର...

ଅଟଳ ଆବାସୀୟ ବିଦ୍ୟାଳୟ: ଉତ୍ତରପ୍ରଦେଶର ମାଗଣା ଆବାସିକ ଶିକ୍ଷା ଯୋଜନା ବିଷୟରେ ଜାଣନ୍ତୁ

ଅଟଳ ଆବାସୀୟ ବିଦ୍ୟାଳୟ: ଉତ୍ତରପ୍ରଦେଶର ମାଗଣା ଆବାସିକ...

ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି ଓଡ଼ିଶା, ୨୪ ଜିଲ୍ଲାକୁ ଆଲର୍ଟ

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି...

ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...

ବିମାନରେ ଯାତ୍ରୀଙ୍କ ଉତ୍ପାତ: ଡକ୍ଟ ଟେପ୍ ଓ ଜିପ୍ ଟାଇରେ ସିଟ୍‌ରେ ବାନ୍ଧିଲେ, ବିମାନ ବାଲ୍ଟିମୋରରେ ଅବତରଣ

ବିମାନରେ ଯାତ୍ରୀଙ୍କ ଉତ୍ପାତ: ଡକ୍ଟ ଟେପ୍ ଓ...

ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...

ପୋଷ୍ଟମ୍ୟାନ୍‌ରୁ ଡାକ୍ତର ହେବାର ସ୍ୱପ୍ନ; Re-NEETରେ ସଫଳ ହେଲେ କନ୍ଧମାଳର ବିନାୟକ

ପୋଷ୍ଟମ୍ୟାନ୍‌ରୁ ଡାକ୍ତର ହେବାର ସ୍ୱପ୍ନ; Re-NEETରେ ସଫଳ...

ସରକାରୀ ଚାକିରିର ସ୍ଥିରତା ଛାଡ଼ି ନିଜ ପିଲାଦିନର ସ୍ୱପ୍ନ ପ...

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ ଜଳସ୍ତର: ହିମସ୍ଖଳନ ଯୋଗୁଁ ନେପାଳରେ ଭୟଙ୍କର ବନ୍ୟା?

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ...

ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+