ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲ ଅଞ୍ଚଳ ଅନ୍ତର୍ଗତ ବଂଶାଜାଲ ପଞ୍ଚାୟତରବଡ଼ ହିନ୍ଦୋଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ପୋଖରୀରେ ବୁଡ଼ି ଦୁଇ ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି।
ମୃତ ଛାତ୍ରମାନେ ହେଲେସିଦ୍ଧାନ୍ତ ମୁଣ୍ଡାଓକୁମାର ମୁଣ୍ଡା। ସୂଚନା ଅନୁସାରେ, ବୁଧବାର ସକାଳେ ଉଭୟ ସ୍କୁଲକୁ ଯାଇଥିଲେ। କିନ୍ତୁ ସନ୍ଧ୍ୟା ପର୍ଯ୍ୟନ୍ତ ଘରକୁ ଫେରିନଥିବାରୁ ପରିବାର ଲୋକ ଓ ଗ୍ରାମବାସୀ ସେମାନଙ୍କୁ ଖୋଜାଖୋଜି ଆରମ୍ଭ କରିଥିଲେ।
ପରେ ଗାଁ ନିକଟରେ ଥିବା ଏକ ପୋଖରୀରୁ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ମୃତ ଛାତ୍ର ସିଦ୍ଧାନ୍ତ ମୁଣ୍ଡାଙ୍କ ପିତା ଶ୍ରୀକାନ୍ତ ମୁଣ୍ଡା କହିଛନ୍ତି, ପରିବାର ସଦସ୍ୟ ଓ ଗ୍ରାମବାସୀ ବହୁ ଖୋଜାଖୋଜି କରିଥିଲେ। ପରେ ଜଣେ ସମ୍ପର୍କୀୟଙ୍କ ମାଧ୍ୟମରେ ପୋଖରୀରେ ବୁଡ଼ିଯାଇଥିବା ସୂଚନା ମିଳିଥିଲା ଏବଂ ସେଠାରୁ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।
ଘଟଣା ସମ୍ପର୍କରେ ସୂଚନା ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛି।
ନ୍ୟୁୟର୍କ: US Open 2026 ଦ୍ୱିତୀୟ ସପ୍ତାହରେ ପହଞ୍ଚିଛି।...
ଦିଲ୍ଲୀର ସତ୍ୟ ନିକେତନରେ ‘Hostel Daze’ ନା...
ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଏବେ ଦଳର ଚୟନ କମିଟି ଏ...
ନ୍ୟୁୟର୍କ: ୟୁଏସ୍‌ ଓପନ୍‌ରେ ଭାରତୀୟ ଟେନିସ୍&z...
ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ କଥିତ ଭାବେ ବିଷାକ୍ତ ମଦ ପିଇ...
ମହାରାଷ୍ଟ୍ରର ପୁଣେ ଓ ପିମ୍ପ୍ରି-ଚିଞ୍ଚୱାଡ ଅଞ୍ଚଳରେ ରବିବା...
ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...
ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳିଏସ୍. ବଦ୍ରିନାଥଭ...
ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...