ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ସାମ୍ବିଧାନିକ ଓ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିଛି। ୨୦୨୬ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ପରାଜିତ ହେବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇସ୍ତଫା ଦେବାକୁ ମନା କରିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟପାଳ ଆର.ଏନ୍. ରବି ତାଙ୍କ କ୍ୟାବିନେଟ୍କୁ ବରଖାସ୍ତ କରିଛନ୍ତି।
ସୂଚନା ଅନୁଯାୟୀ, ୨୦୨୧ରୁ ଚାଲିଆସୁଥିବା ବିଧାନସଭାର କାର୍ଯ୍ୟକାଳ ଶେଷ ହୋଇଥିବା ସହ ନୂଆ ବିଧାନସଭା ଗଠନ ପ୍ରକ୍ରିୟା ଆରମ୍ଭ ହୋଇଥିବାରୁ ରାଜ୍ୟପାଳ ଏହି ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍ ବରଖାସ୍ତ ପରେ ମମତା ବାନାର୍ଜୀଙ୍କ ଇସ୍ତଫା ଦେବାର ଆବଶ୍ୟକତା ଆଉ ବୈଧାନିକ ଭାବେ ରହିନାହିଁ।
ଏହି ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ବିଜେପି ପ୍ରଥମଥର ପାଇଁ ପଶ୍ଚିମବଙ୍ଗରେ ସରକାର ଗଠନ କରିବାକୁ ଯାଉଛି। ଆଜି ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ହେବା ସମ୍ଭାବନା ରହିଛି।
ବିଜେପି ସଂସଦୀୟ ଦଳ ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି।
ଆସନ୍ତାକାଲି କୋଲକାତାର ଐତିହାସିକ ବ୍ରିଗେଡ୍ ପରେଡ୍ ଗ୍ରାଉଣ୍ଡରେ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଶପଥ ଗ୍ରହଣ ଉତ୍ସବ ପାଇଁ କୋଲକାତାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରାୟ ୪ ହଜାର ପୁଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିବା ବେଳେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି।
ପଶ୍ଚିମବଙ୍ଗରେ ଏହି ରାଜନୈତିକ ପରିବର୍ତ୍ତନ ଜାତୀୟ ରାଜନୀତିରେ ମଧ୍ୟ ବଡ଼ ପ୍ରଭାବ ପକାଇପାରେ ବୋଲି ରାଜନୈତିକ ମହଳରେ ଚର୍ଚ୍ଚା ହେଉଛି।
ଭାରତରେ ଚିପ୍ସ, ମିଠା ପାନୀୟ ଓ ଅନ୍ୟାନ୍ୟ ପ୍ୟାକେଜ୍ଡ ଖାଦ୍...
ଶିରୋମଣି ଅକାଳୀ ଦଳ (ପୁନର ସୁରଜିତ) ବିଜେପି ସହ ମେଣ୍ଟକୁ ନ...
ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...
୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ, ପଞ୍ଜାବ...
ଆମେରିକା ଓ କାନାଡା ମଧ୍ୟରେ ବାଣିଜ୍ୟ ଚୁକ୍ତି ହେବା ନେଇ ଆଶ...
ମେଷ:ଏହି ସପ୍ତାହରେ କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିପାରେ।...
ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...
ଆଲାର୍ମ ବାଜିବା ପୂର୍ବରୁ ସ୍ୱାଭାବିକ ଭାବେ ଉଠିବା ଅନେକଙ୍କ...
ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଲର୍ଡ୍ସରେ ଚାଲିଥିବା ଟେଷ୍ଟକ...
‘୧୦୦%’ ଦାବିକୁ ନେଇ ITC Limited ଏବଂ ଭାରତ...
ନୂଆଦିଲ୍ଲୀ:ଜନଗଣନା ୨୦୨୭ ପାଇଁ କେନ୍ଦ୍ର ସରକାର ପ୍ରଶ୍ନପତ୍...
ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...